ତପ୍ତପାଣି ଘାଟିରେ ଓଲଟିଲା କଲେଜ ବସ୍‌: ଓଜେଇଇ ପରୀକ୍ଷାର୍ଥୀ ଗୁରୁତର

ଦିଗପହଣ୍ଡି,୧୬।୧୦(ଡି.ଏନ୍‌.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ୩୨୬ନଂ ଜାତୀୟ ରାଜପଥ ତପ୍ତପାଣି ଘାଟିରେ ଘଟିଛି ଭୟଙ୍କର ଦୁର୍ଘଟଣା। ଦୁର୍ଘଟଣାରେ ୨୫ରୁ ଊର୍ଦ୍ଧ୍ବ ଓଜେଇଇ ପରୀକ୍ଷାର୍ଥୀ ଆହାତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଛାତ୍ରଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଆହାତମାନଙ୍କ ଘର ଗଜପତି ଜିଲା ଚାନ୍ଦିପୁଟ, ମୋହନା, ଜିରାଙ୍ଗ, ରାମଗିରି, ଉଦୟଗିରି ଅଞ୍ଚଳରେ ବୋଲି ଜଣାପଡିଛି।
ସୂଚନାଯୋଗ୍ୟ, ଗୁରୁବାର ରାତିରେ ଗଜପତି ଜିଲା ଚାନ୍ଦିପୁଟରୁ ୪୫ ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକମାନଙ୍କୁ ନେଇ ଭୁବନେଶ୍ବର ଅଭିମୁଖେ ଯାଉଥିବା ଏକ କଲେଜ ବସ (ନଂ. ଓ ଆର୍‌ ୦୨ ବି ଏସ – ୦୨୬୮) ତପ୍ତପାଣି ନିକଟ ପାଳୁଖଳା ଘାଟିରେ ବ୍ରେକଫେଲ କାରଣରୁ ୨୦ ଫୁଟ ତଳକୁ ଖସି ପଡିଥିଲା। ଖବରପାଇ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ସ୍ଥାନୀୟ ଗ୍ରାମବାସୀଙ୍କ ସହାୟତାରେ ଆହାତମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଖବରପାଇ ବ୍ରହ୍ମପୁର ଉପଜିଲାପାଳ କୀର୍ତ୍ତି ଭାସନ, ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁ, ସାନଖେମୁଣ୍ଡି ତହସିଲଦାର ଶ୍ରୀନିବାସ ବେହେରା, ମୋହନା ତହସିଲଦାର କଲ୍ୟାଣୀ ସଂଘମିତ୍ରା, ଦିଗପହଣ୍ଡି ବିଡିଓ ହଳଧର ଶବର, ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଆହାତ ମାନଙ୍କ ଚିକିତ୍ସା ବ୍ୟବସ୍ଥା ତଦାରଖ କରିବାସହ ସେମାନଙ୍କ ଲାଗି ଅନ୍ୟାନ୍ୟ ବ୍ୟବସ୍ଥା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri