ସରପଞ୍ଚଙ୍କୁ ହାଣିଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ,୧୬ା୧୦(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରପଞ୍ଚ ହରିହର ନନ୍ଦଙ୍କୁ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ଅତର୍କିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ସରପଞ୍ଚଙ୍କ ଡାହାଣ ହାତ ଦୁଇଟି ଆଙ୍ଗୁଠି କଟିଯାଇଛି । ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଗ୍ରାମର ଗୋଟିଏ ଦୋକାନରେ ସେ ବସିଥିବା ବେଳେ ତାଙ୍କୁ ଆକ୍ରମଣ କରିଥିଲେ ଦୁର୍ବୃତ୍ତ। ସାକ୍ଷୀଗୋପାଳ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଅବସ୍ଥା ଉଦ୍‌ବେଗଜନକ ଥିବାରୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି। ସତ୍ୟବାଦୀ ପୋଲିସ ଅଭିଯୋଗ କ୍ରମେ ତଦନ୍ତ ଚଳାଇଛି। ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ସ୍ଥାନୀୟ ଭାଜପା ନେତା ଓମ୍‌ ପ୍ରକାଶ ମିଶ୍ର ଦାବି କରିଛନ୍ତି। ଦୁଇଦିନ ତଳେ ଭାଜପାର ପ୍ରତିନିଧି ଦଳ କିର ଭୋଇଙ୍କୁ ଭେଟିବାକୁ ସେହି ଗ୍ରାମକୁ ଯାଇଥିଲେ ଓ ରାଜ୍ୟ ସରକାରଙ୍କ ଅପରଗତା ଯୋଗୁ ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଦୀର୍ଘ ୯୦ କିଲୋମିଟର ଟ୍ରଲିରେ କଟକ ନେବା ଘଟଣାରେ ଟିପ୍ପଣୀ ରଖିଥିଲେ। ସେହି ସମୟରେ ସରପଞ୍ଚ ଉପସ୍ଥିତ ରହିଥିବାରୁ ତାଙ୍କୁ ଆକ୍ରମଣ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri