କର୍ଲାମୁଣ୍ଡା ପଞ୍ଚାୟତ ସମିତି ଉପାଧ୍ୟକ୍ଷାଙ୍କୁ ମିଳିଲା ଅଧ୍ୟକ୍ଷା ଦାୟିତ୍ୱ

କର୍ଲାମୁଣ୍ଡା, ୧୭।୧୦ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପଞ୍ଚାୟତ ସମିତିର ଅଧ୍ୟକ୍ଷାଙ୍କ ବିପକ୍ଷରେ ଆଗତ ଅନାସ୍ଥାପ୍ରସ୍ଥାବରେ ଭୋଟର ଗଣତି ପରେ ଅଧ୍ୟକ୍ଷାଙ୍କ ପରାଜୟ ହୋଇଥିବାରୁ ଗତ ୧୨ ତାରିଖ ଠାରୁ ଅଧ୍ୟକ୍ଷା ପଦବୀ ଖାଲି ପଡିଥିଲା। ଏ ନେଇ ଓଡିଶା ପଞ୍ଚାୟତ ସମିତି ଆଇନ ୧୯୫୯ ଧାରା ୨୦ କ(୩) ଅନୁଯାୟୀ, ତୁରନ୍ତ କର୍ଲାମୁଣ୍ଡା ଉପାଧ୍ୟକ୍ଷାଙ୍କୁ ଅଧ୍ୟକ୍ଷା ଦାୟିତ୍ୱ ଦେବା ନେଇ ସମିତି ସଭ୍ୟା/ସଭ୍ୟମାନେ ଜିଲାପାଳଙ୍କ ଦୃଷ୍ଟି ଆର୍କଷଣ କରିଥିଲେ। ତେବେ ପ୍ରଶାସନ ନୀରବଦ୍ରଷ୍ଟା ହେବାରୁ ଗୁରୁବାର ଅପରାହ୍ନଠାରୁ ଶୁକ୍ରବାର ରାତି ପର୍ଯ୍ୟନ୍ତ ଉପାଧ୍ୟକ୍ଷାଙ୍କ ନେତୃତ୍ୱରେ ସମିତି ସଭ୍ୟା/ସଭ୍ୟମାନେ ବ୍ଲକ ପରିସରରେ ଆମରଣ ଅନଶନରେ ବସିଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ଜିଲାପାଳଙ୍କ ଅଫିସ ଅର୍ଡର ସଂଖ୍ୟା- ୯୫୬, ତା. ୧୬.୧୦.୨୦୨୦ ଅନୁଯାୟୀ ଉପାଧ୍ୟକ୍ଷା ଆନନ୍ଦିନୀ ଭୋଇଙ୍କୁ ଅଧ୍ୟକ୍ଷା ଦାୟିତ୍ୱ ମିଳିବା ନେଇ ଚିଠି ପାଇବା ପରେ ଆମରଣ ଅନଶନକାରୀ ମାନେ ଧାରଣାକୁ ପ୍ରତ୍ୟାହାର କରିଥିବା ଜଣାପଡିଛି। ଅନ୍ୟପଟେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଅମୃତା ସାହୁ ଭୁଲ ପଦ୍ଧତିରେ ଗୁପ୍ତମତଦାନର ଭୋଟ ଗଣତି ହୋଇଥିବାର ଅଭିଯୋଗ କରି ୧୫.୧୦.୨୦୨୦ ରେ କୋର୍ଟର ଦ୍ୱାରସ୍ଥ ହୋଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri