Posted inଖେଳ

କୋହଲିଙ୍କ ରେକର୍ଡ ଭାଙ୍ଗିଲେ ଡେଭିଡ୍‌ ଓ୍ବାର୍ଣ୍ଣର

ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଡେଭିଡ ୱାର୍ନର ଇଣ୍ଡିଆନ ପ୍ରିମିୟର ଲିଗର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ ଅନ୍ୟତମ। ରବିବାର ଖେଳାଯାଇଥିବା କୋଲକାତା ନାଇଟ ରାଇଡର୍ସ ବିପକ୍ଷ ମ୍ୟାଚ୍‌ରେ ଡେଭିଡ ୱାର୍ଣ୍ଣର ଆଉ ଏକ ସଫଳତା ହାସଲ କରିଛନ୍ତି। ସେ ଆଇପିଏଲରେ ୫ ହଜାର ରନ ପୂରଣ କରି ବିରାଟ କୋହଲିଙ୍କ ରେକର୍ଡ ଭାଙ୍ଗିଥିଲେ। ଡେଭିଡ ୱାର୍ନର କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅପରାଜିତ ୪୭ ରନ କରିଥିଲେ ଏବଂ ଏହି ସମୟ ମଧ୍ୟରେ ସେ ୫ ହଜାର ଆଇପିଏଲ ରନ ମଧ୍ୟ ପୂରଣ କରିଥିଲେ। ଡେଭିଡ ୱାର୍ନର ମାତ୍ର ୧୩୫ ଇନିଂସରେ ଏହି ସଫଳତା ପାଇଛନ୍ତି। ଓ୍ବାର୍ନରଙ୍କ ପୂର୍ବରୁ ବିରାଟ କୋହଲି ୧୫୭ଟି ଇନିଂଶ ଖେଳି ଏହି ସଫଳତା ପାଇଥିଲେ। ଆଇପିଏଲ ଇତିହାସର ସର୍ବନିମ୍ନ ଇନିଂସ ଖେଳି ୫ ହଜାର ରନ ପୂରଣ କରିଥିବା ଖେଳାଳିଙ୍କ ତାଳିକାର ଶୀର୍ଷରେ ଡେଭିଡ ୱାର୍ଣ୍ଣର ଅଛନ୍ତି। ଆଇପିଏଲ ଇତିହାସରେ କେବଳ ୪ ବ୍ୟାଟ୍ସମ୍ୟାନ ୫ ହଜାର ରନ ସଂଗ୍ରହ କରିଛନ୍ତି। ବିରାଟ କୋହଲିଙ୍କ ବ୍ୟତୀତ ସୁରେଶ ରାଇନା ଏବଂ ରୋହିତ ଶର୍ମା ଏହି ଉପଲବ୍ଧି ହାସଲ କରିଛନ୍ତି। ସେହିପରି ଆଇପିଏଲରେ ୫ ହଜାର ରନ ସ୍କୋର କରିଥିବା ୱାର୍ଣ୍ଣର ହେଉଛନ୍ତି ପ୍ରଥମ ବିଦେଶୀ ଖେଳାଳି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri