Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୨୧ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କ ପାଇଁ ଦିନଟି ବହୁତ ଭଲରେ ଭଲରେ ବିତିବ ଏବଂ ଯାହା ଚାହୁଁଛନ୍ତି ତାହା ପାଇବେ। ଶତ୍ରୁମାନେ ଚେଷ୍ଟାକରି ଥକିଯିବେ ସିନା କିଛି କ୍ଷତି କରିପାରିବେ ନାହିଁ। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗର ହାତ ଆପଣଙ୍କ ପାଖକୁ ଲମ୍ବି ଆସିବ। ବ୍ୟବସାୟୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ବୃଷ
ବୃଷ

କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ସମର୍ଥନ କାମକୁ ଆଗକୁ ବଢାଇ ନେବାରେ ସାହାଯ୍ୟ କରିବ। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ଯୁକ୍ତି ବଳରେ ସମସ୍ୟାର ସମାଧାନ କରିବେ। କର୍ମକ୍ଷେତ୍ରରୁ ଫେରନ୍ତା ବାଟ ସମସ୍ୟାବହୁଳ ହୋଇପାରେ। ପାରିବାରିକ ସମସ୍ୟାଗ୍ରସ୍ତ କାରଣରୁ ମନ ଦୁଃଖରେ ରହିପାରନ୍ତି।

ମିଥୁନ
ମିଥୁନ
ସମସ୍ୟାବହୁଳ କର୍ମକ୍ଷେତ୍ର ରହିଥିଲେ ମଧ୍ୟେ ଅର୍ଥବଳରେ ଅସାଧ୍ୟ ସାଧନର ରାସ୍ତା ଉନ୍ମୁକ୍ତ ହେବ। ରେଷ୍ଟୁରାଣ୍ଟ, ମିଲ୍‌ସ୍‌ହୋଟେଲ, ଫାଷ୍ଟଫୁଡ ଛୋଟ ଦୋକାନୀ, ଆଜି ବିଶେଷ ଲାଭବାନ ହେବେ। ଗୃହ, ଭୂମି, ଗାଡିମୋଟର ସମ୍ପର୍କୀୟ ସମସ୍ୟା ଆସିବାର ଆଶଙ୍କା ରହିଛି।
କର୍କଟ
କର୍କଟ
ପରିବାରରେ ଅଯଥା ବିରକ୍ତିବୋଧ ଓ ଲଘୁ କ୍ରୋଧ ପ୍ରକାଶ କରି ଆତ୍ମୀୟସ୍ବଜନଙ୍କ ବିରାଗଭାଜନ ହେବେ। ଗତକାଲିର ନିଷ୍ପତ୍ତିକୁ ବଦଳାଇବା ପାଇଁ କଷ୍ଟକର ହୋଇପାରେ। ତଥାପି ଆଲୋଚନା, ବ୍ୟବାସାୟ, ଯାତ୍ରା ପ୍ରଭୃତି ଯେକୌଣସି କ୍ଷେତ୍ରରେ ମଧ୍ୟ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ।
ସି˚ହ
ସି˚ହ
କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ପ୍ରଗାଢ ଚେଷ୍ଟା କରିପାରନ୍ତି, ଅଧୁରା କାମକୁ ହାସଲ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସ୍ବାସ୍ଥ୍ୟ ସଚେତନତା ଅଭାବରୁ ସାମୟିକ ଅସୁସ୍ଥତା ଦେଖାଦେବାର ଆଶଙ୍କା ଦେଖାଦେଇପାରେ।
କନ୍ୟା
ଆଜି ଆପଣ ଏକାଧାରରେ ଅର୍ଥ, ସମ୍ମାନ, ବନ୍ଧୁମିଳନ ଓ ସାମାଜିକ ପ୍ରତିଷ୍ଠାର୍ଜନ କରିବେ। ବିଭିନ୍ନ ପ୍ରକାରର ପାରିବାରିକ ଦୁଶ୍ଚିନ୍ତାରେ ମନ ଆନ୍ଦୋଳିତ ରହିପାରେ। ଅଧିକାଂଶ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ କିମ୍ବା ସାଂଗଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି।
ତୁଳା
ତୁଳା
ଜମିଜମାକ୍ରୟବିକ୍ରୟ, ଗୃହ ପରିବର୍ତ୍ତନ, ସ୍ଥାନାନ୍ତର ତଥା ଅର୍ଥ ସମ୍ପର୍କୀୟ ଅନୁଚିନ୍ତା କରିବେ। ପାଖ,ପଡୋଶୀ/ସ୍ବାମୀ/ସ୍ତ୍ରୀଙ୍କ ଆଲୋଚନା ପ୍ରଭୃତି ବିଷୟରେ ସମୟ ଅତିବାହିତ ହେବ। ଦିନଭରି କାର୍ଯ୍ୟବ୍ୟସ୍ତତା ଯୋଗୁ ସାମାନ୍ୟ ବିଶ୍ରାମ କିମ୍ବା ଲଘୁ ଭୋଜନର ଅବସର ପାଇବେ ନାହିଁ।
ବିଛା
ବିଛା
ବିଭିନ୍ନ ପ୍ରକାରର ରୁଚିବିରୁଦ୍ଧ କାର୍ଯ୍ୟ ମାନସିକ ଅସ୍ଥିରତା ସୃଷ୍ଟି କରିବ। ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ଅଶାନ୍ତିର କାରଣ ହୋଇପାରେ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ କିମ୍ବା ନିଜ ପରିସରରେ ବନ୍ଧୁବର୍ଗ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ।
ଧନୁ
ଧନୁ
ଆପଣଙ୍କ ଭୁଲ୍‌ ନିଷ୍ପତ୍ତି ଓ ବିବାଦୀୟ ମନ୍ତବ୍ୟ ପରିବେଶ ଓ ପରିସ୍ଥିତିକୁ ଗମ୍ଭୀର କରିଦେଇପାରେ। ପାଖ, ପଡୋଶୀଙ୍କ ଲଗାଯୋଟା କଥାରେ ପ୍ରଭାବିତ ହୋଇ ପରିବାରର ସଦସ୍ୟମାନେ ଆପଣଙ୍କୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ। ଅତି ନିଜର ପ୍ରିୟ ବ୍ୟକ୍ତିଟି ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଆପଣଙ୍କ ବିରୋଧ କଥା କହିବ।
ମକର
ମକର

ଆଜିର ଯାତ୍ରା ସମୟରେ ସ୍ଥାନ, କାଳ, ପାତ୍ରାନୁସାରୀ କଥାର ବ୍ୟତିକ୍ରମ ଅଯଥା ବିବାଦର ସୂତ୍ରପାତ କରିବ। ଏଣେ ଦୁର୍ବଳ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ଶିଳ୍ପ, ବାଣିଜ୍ୟ ତଥା ବ୍ୟବସାୟିକ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ।

କୁମ୍ଭ
କୁମ୍ଭ
ଭୁଲ୍‌ ବୁଝାମଣାରୁ ପାରିବାରିକ କଳହ, ବିତର୍କରୁ ଲୋକ ସମ୍ପର୍କ ହାନି ଓ ବନ୍ଧୁବର୍ଗଙ୍କ ସହ ସମ୍ପର୍କକୁ ତିକ୍ତ କରାଇବ। କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହୁଥିଲେ ମଧ୍ୟ କାମଟିକୁ ସମ୍ପନ୍ନ କରିପାରିବେ ନାହିଁ କିମ୍ବା ଛାଡି ପାରିବେ ନାହିଁ। ହଠାତ୍‌ ଯାତ୍ରା କରିବାକୁ ମନସ୍ଥକରି ଶେଷରେ ବାଟରୁ ଫେରି ଆସିବାକୁ ପଡିପାରେ।
ମୀନମୀନ

ବନ୍ଧୁମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜକୁ ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ଈର୍ଷା କରୁଥିବା ଲୋକମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ସ୍ବାସ୍ଥ୍ୟ ଖରାପ ସହ ଋଣଭାର ବଢିଯାଉଥିବା କାରଣରୁ ଚିନ୍ତିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri