Posted inଫୁରସତ

ବର୍ଷର ଶେଷ ଚନ୍ଦ୍ର ଗ୍ରହଣ: ଧନପ୍ରାପ୍ତି ପାଇଁ ଆପଣାନ୍ତୁ ଏହି ଉପାୟ

ନୂଆଦିଲ୍ଲୀ, ୨୧।୧୦: ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ନଭେମ୍ବର ୩୦ ସୋମବାର ଦିନ ହେବାକୁ ଯାଉଛି। ଏହା ଏକ ଉପଛାୟା ଚନ୍ଦ୍ରଗ୍ରହଣ। ଭାରତର କେତେକ ଅଞ୍ଚଳରେ ଏହା ଦେଖାଯିବ। ତେବେ ଉପଛାୟା ଗ୍ରହଣ ଯୋଗୁ କୌଣସି ସୂତକ ପାଳନ କରାଯିବ ନାହିଁ। ଗ୍ରହଣ ନଭେମ୍ବର ୩୦ ଅପରାହ୍ନ ୧ଟା ୪ରୁ ଆରମ୍ଭ ହେବ। ଏହା ଅପରାହ୍ନ ୫ଟା ୨୨ରେ ଶେଷ ହେବ। ଅପରାହ୍ନ ୩ଟା ୧୩ରେ ଗ୍ରହଣର ମଧ୍ୟକାଳ ରହିବ। ଚନ୍ଦ୍ର ଗ୍ରହଣ ଯୋଗୁ ବିଭିନ୍ନ ରାଶି ଉପରେ ଭିନ୍ନ ଭିନ୍ନ ପ୍ରଭାବ ଅନୁଭୁତ ହେବ। ଚନ୍ଦ୍ର ଗ୍ରହଣର ଅଧିକ ପ୍ରଭାବ ବୃଷ ରାଶି ଏବଂ ରୋହିଣୀ ନକ୍ଷତ୍ର ଉପରେ ପଡ଼ିବ। ଏହାଦ୍ୱାରା ଏହି ରାଶି ଜାତକଙ୍କ ମାନସିକ ସ୍ଥିତି ବିଚଳିତ ରହିବ। ଚନ୍ଦ୍ରଗ୍ରହଣ ସମୟରେ ଗୁଆଘିଅ ଅବା ସୋରିଷ ତେଲରେ ଅଖଣ୍ଡ ଦୀପ ଜଳାଇଲେ ଧନପ୍ରାପ୍ତି ହୋଇଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି। ଏହା ସହିତ ଚନ୍ଦ୍ରଙ୍କ ଗାୟତ୍ରୀ ମନ୍ତ୍ର ଜପ କଲେ ମଧ୍ୟ ବିଶେଷ ଉପକାର ମିଳିଥାଏ। ଚନ୍ଦ୍ର ମନର କାରକ ଗ୍ରହ ହୋଇଥିବାରୁ ଏହି ଦିନ ମାତା ସରସ୍ବତୀଙ୍କ ବୀଜମନ୍ତ୍ର ଜପ କଲେ ଶିକ୍ଷାର୍ଥୀମାନଙ୍କ ସ୍ମୃତିଶକ୍ତି ଏବଂ ବାକ୍‌ଶକ୍ତି ବୃଦ୍ଧି ହୋଇଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ...

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri