୩୦ ଲକ୍ଷ କେନ୍ଦ୍ର କର୍ମଚାରୀଙ୍କୁ ମିଳିବ ବୋନସ

ନୂଆଦିଲ୍ଲୀ: କରୋନା ପ୍ରଭାବିତ ଦେଶର ଅର୍ଥ ବ୍ୟବସ୍ଥାରେ ବଜାର ଚାହିଦା ଫେରାଇ ଆଣିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହା ଅନ୍ତର୍ଗତ କେନ୍ଦ୍ର ସରକାରଙ୍କ ପ୍ରାୟ ୩୦ ଲକ୍ଷ ଅଣଗେଜେଟେଡ୍‌ କର୍ମଚାରୀଙ୍କୁ ବୋନସ ପ୍ରଦାନ ପ୍ରସ୍ତାବକୁ କ୍ୟାବିନେଟ୍‌ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଏଥିରେ କର୍ମଚାରୀଙ୍କୁ ୩,୭୩୭ କୋଟି ଟଙ୍କା ପ୍ରଦାନ କରାଯିବା ନେଇ ଯୋଜନା ରଖାଯାଇଛି। ୨୦୧୯-୨୦ ଲାଗି ଉତ୍ପାଦକତା ସଂଯୋଗୀ ଏବଂ ଅଣ ଉତ୍ପାଦକତା ସଂଯୋଗୀ ବୋନସକୁ କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ ଅନୁମୋଦନ ମିଳିଛି। ବିଜୟା ଦଶମୀ ପୂର୍ବରୁ କର୍ମଚାରୀଙ୍କୁ ବ୍ୟାଙ୍କ ଆକାଉଣ୍ଟରେ ଏକା ଥରକେ ଏହି ଅର୍ଥ ପ୍ରଦାନ କରାଯିବ ବୋଲି କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ଖବରଦାତା କାର୍ଯ୍ୟକ୍ରମରେ ବୁଧବାର ସୂଚନା ଦେଇଛନ୍ତି। ମଧ୍ୟବିତ୍ତଙ୍କୁ ଏଭଳି ଅର୍ଥ ପ୍ରଦାନ ଦ୍ୱାରା ବଜାରରେ ଚାହିଦା ବଢ଼ାଇବାରେ ସହାୟକ ହୋଇପାରିବ ବୋଲି ଆଶାବାଦୀ ବୋଲି ଜାଭଡେକର କହିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଅକ୍ଟୋବର ୧୨ରେ ବିଭିନ୍ନ ଯୋଜନା ଉପରେ ଘୋଷଣା କରିଥିଲେ। ପ୍ରଭାବିତ ଅର୍ଥ ବ୍ୟବସ୍ଥାରେ ଚାହିଦା ଫେରାଇ ଆଣିବା ଉପରେ ଏହି ଘୋଷଣାଗୁଡ଼ିକ ପର୍ଯ୍ୟବସିତ ରହିଥିଲା। ସରକାରୀ କର୍ମଚାରୀଙ୍କ ଖର୍ଚ୍ଚ ବଢ଼ାଇ ବଜାରରେ ଚାହିଦା ବୃଦ୍ଧି ଉପରେ ସରକାର ବର୍ତ୍ତମାନ ଫୋକସ ରଖିଛନ୍ତି। କର୍ମଚାରୀଙ୍କ ଅଗ୍ରିମ ଅର୍ଥ ପ୍ରଦାନ ଏବଂ ପୁଞ୍ଜି ଖର୍ଚ୍ଚ ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri