‘ଆତ୍ମସନ୍ତୋଷର ସ୍ଥାନ ନାହିଁ, ଅଧିକ ସତର୍କ ହୁଅ’

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟରେ କୋଭିଡ୍‌ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସ ଜରିଆରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ରାଜ୍ୟର ସବୁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ ଏବଂ କୋଭିଡ୍‌ ଯୋଦ୍ଧାଙ୍କ କଠିନ ପରିଶ୍ରମ ତଥା ସମ୍ପୃକ୍ତ ବିଭାଗର ଉଦ୍ୟମ ଯୋଗୁ ସଂକ୍ରମଣ କମିଛି। ସମୁଦାୟ ଟେଷ୍ଟିଂ ସଂଖ୍ୟା ୪୦ ଲକ୍ଷରୁ ଅଧିକ ହୋଇଥିବାବେଳେ ଆରୋଗ୍ୟଙ୍କ ସଂଖ୍ୟା ଅଢେଇ ଲକ୍ଷରେ ପହଞ୍ଚତ୍ଛି। ତଥାପି ଆତ୍ମସନ୍ତୋଷର ସ୍ଥାନ ନାହିଁ ବୋଲି କହି ସତର୍କ କରାଇଛନ୍ତି ମୁଖ୍ୟମନ୍ତ୍ରୀ। ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଅଧିକ ସତର୍କ ହେବା ସହିତ କୋଭିଡ୍‌ ନିୟମ କଡାକଡି ପାଳନ ହେବା ଦରକାର। କୋଭିଡ୍‌ ସମ୍ପର୍କରେ ଜନସଚେତନତା ପାଇଁ ବ୍ୟାପକ ସୂଚନା ଅଭିଯାନ ଜାରି ରଖିବା ସହ କୌଣସି କ୍ଷେତ୍ରରେ ସାମାନ୍ୟ ଅବହେଳା ନ କରିବାକୁ ସେ ସତର୍କ କରାଇଛନ୍ତି। ତେବେ ଅଧିକ ରୋଗରେ ପୀଡିତ ଥିବା କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଉପରେ ଅଧିକ ଗୁରୁତ୍ୱ ଦେବା ଓ ଗରିବ ଲୋକଙ୍କ ଜୀବିକାକୁ ଦୃଷ୍ଟିରେ ରଖି ଅର୍ଥନୈତିକ କାର୍ଯ୍ୟକ୍ରମ ଯେପରି ଅବିରତଭାବେ ଜାରି ରହିବ ସେଥିପ୍ରତି ଧ୍ୟାନ ଦେବା ପାଇଁ ପରାମର୍ଶ ଦେଇଛନ୍ତି। ଶିଳ୍ପ ସଂସ୍ଥାଗୁଡିକ ନିର୍ବିଘ୍ନରେ ସେମାନଙ୍କ ଉତ୍ପାଦନ ଜାରି ରଖିବା ସହ ପୁଞ୍ଜି ବିନିଯୋଗ କାର୍ଯ୍ୟକାରୀ ପାଇଁ ସମସ୍ତ ଉଦ୍ୟମ ଜାରି ରଖିବାକୁ କହିଛନ୍ତି। ଏହି ଅବସରରେ ନବୀନ ସମସ୍ତ କୋଭିଡ୍‌ ଯୋଦ୍ଧା ଓ ତାଙ୍କ ପରିବାରକୁ ଦଶହରା ପାଇଁ ଶୁଭେଚ୍ଛା ଜଣାଇଛନ୍ତି।
ବୈଠକରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର ରାଜ୍ୟରେ କୋଭିଡ୍‌ ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ସେ କହିଛନ୍ତି, ସଂକ୍ରମଣ ହ୍ରାସ ଘଟୁଥିବା ସତ୍ତ୍ୱେ ପ୍ରଶାସନ ସମ୍ପୂର୍ଣ୍ଣ ସତର୍କ ଅଛି। ଦଶହରା ଓ ଦୀପାବଳି ପାଇଁ ଅଧିକ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ୫ ଜିଲା ଯଥା ଖୋର୍ଦ୍ଧା, କଟକ, ସୁନ୍ଦରଗଡ, ମୟୂରଭଞ୍ଜ ଓ ଅନୁଗୋଳରେ ସକ୍ରିୟ ରୋଗୀ ସଂଖ୍ୟା ହଜାରରୁ ଅଧିକ ରହିଥିବା ସୁରେଶ କହିଛନ୍ତି। ସ୍ବାସ୍ଥ୍ୟ ବିଭାଗ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି, ରାଜ୍ୟରେ ସଂକ୍ରମଣ ହାର ୦.୭୧ ପ୍ରତିଶତକୁ ହ୍ରାସ ଘଟିଥିବାବେଳେ ଆରୋଗ୍ୟ ହାର ୯୩ ପ୍ରତିଶତରେ ପହଞ୍ଚତ୍ଛି। ଏହା ଜାତୀୟ ହାରଠାରୁ ଅଧିକ। ଆର୍‌ଟି-ପିସିଆର ଟେଷ୍ଟ ରିପୋର୍ଟ ୨୪ ଘଣ୍ଟା ମଧ୍ୟରେ ଦିଆଯାଉଛି। ସଂକ୍ରମଣ ହାରରେ ହ୍ରାସ ଯୋଗୁ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀ ଉତ୍ସାହିତ ହୋଇ ଅଧିକ ପରିଶ୍ରମ କରି ରୋଗୀସେବା ଜାରି ରଖିଛନ୍ତି। ଅଗଷ୍ଟ ୧୮ପରଠାରୁ ରାଜ୍ୟରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦ ହଜାର ତଳେ ଅଛି। ୧୫,୫୧୫ ରୋଗୀ ବର୍ତ୍ତମାନ ଗୃହ ସଙ୍ଗରୋଧରେ ଅଛନ୍ତି। ପଜିଟିଭି ହାର କମୁଥିବାରୁ ଲୋକେ ଟେଷ୍ଟିଂ ପାଇଁ ଆଗ୍ରହ ଦେଖାଉ ନାହାନ୍ତି। କିନ୍ତୁ ଲକ୍ଷଣ ଥିବା ରୋଗୀଙ୍କୁ ଟେଷ୍ଟିଂ ପାଇଁ ଆଗେଇ ଆସିବାକୁ ସେ ଅନୁରୋଧ କରିଛନ୍ତି।
ପୂଜା ସମୟରେ କୋଭିଡ କଟକଣା ପାଳନ ଲାଗି ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ ପୋଲିସ ଡିଜି ଅଭୟ କହିଛନ୍ତି, ସବୁ ଏସ୍‌ପିଙ୍କ ସହ ଆଲୋଚନା କରି ରଣନୀତି ପ୍ରସ୍ତୁତ ହେବା ସହ ଅଧିକ ପୋଲିସ ମୁତୟନ ପାଇଁ ବନ୍ଦୋବସ୍ତ କରାଯାଇଛି। ସମ୍ବେଦନଶୀଳ ଜିଲା ଉପରେ ସ୍ବତନ୍ତ୍ର ନଜର ରହିଛି। ବିଭିନ୍ନ ସହରର ପୂଜା କମିଟିକୁ ସଚେତନ କରାଯାଇଥିବା ସେ କହିଛନ୍ତି। ଅନ୍ୟପଟେ ଭୁବନେଶ୍ୱରରେ ସେରୋ ସର୍ଭେ ଶେଷ ହୋଇଥିବାବେଳେ କଟକ ଏବଂ ପୁରୀରେ ଦଶହରା ପରେ ପୁଣି ଆରମ୍ଭ ହେବ। ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ ସଞ୍ଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri