ଅଷ୍ଟ୍ରାଜେନିକା କୋଭିଡ-୧୯ ଭ୍ୟାକ୍ସିନ ପରୀକ୍ଷଣ ପରେ ବ୍ରାଜିଲ ସ୍ୱେସ୍ଥାସେବୀଙ୍କ ମୃତ୍ୟୁ

ବ୍ରାସିଲିୟା,୨୨ ।୧୦: ବ୍ରାଜିଲର ସ୍ୱାସ୍ଥ୍ୟ ପ୍ରାଧିକରଣ ଏନୱିସା ବୁଧବାର ପ୍ରକାଶ କରିଛି ଯେ ଅଷ୍ଟ୍ରାଜେନିକା ଓ ଅକ୍ସୋଫୋର୍ଡ ବଶ୍ୱବିଦ୍ୟାଳୟ ଦ୍ୱାରା ବିକଶିତ କରାଯାଇଥିବା କୋଭିଡ-୧୯ ଭ୍ୟାକ୍ସିନର କ୍ଲିନିକାଲ ପରୀକ୍ଷଣ ବେଳେ ବ୍ରାଜିଲର ଜଣେ ସ୍ୱେଚ୍ଛାସେବୀଙ୍କ ମୃତ୍ୟୁ ହୋଇଛି । ହେଲେ ଏହାପରେ ବି ପରୀକ୍ଷଣ ଜାରି ରହିବ ବୋଲି କହିଛି ବ୍ରାଜିଲର ସ୍ୱାସ୍ଥ୍ୟ ପ୍ରାଧିକରଣ । ଅକ୍ସଫୋର୍ଡ ବି ଏହି ପରୀକ୍ଷଣ ଜାରି ରଖିବାର ଯୋଜନା ରଖିଥିବା ନିଶ୍ଚିତ କରିଛି । ଏକ ବିବୃତ୍ତିରେ କୁହାଯାଇଛି ଯତ୍ନର ସହ ମୂଲ୍ୟାଙ୍କନ ପରେ ପରୀକ୍ଷଣର ସୁରକ୍ଷାକୁ ନେଇ ଚିନ୍ତା କରିବାର କିଛି ନାହିଁ । ତେବେ ଅଷ୍ଟ୍ରାଜେନିକା ଏ ବିଷୟରେ ତୁରନ୍ତ କୌଣସି ଟିପ୍ପଣି ଦେବାକୁ ମନା କରି ଦେଇଛି । ସୂଚନାଯୋଗ୍ୟ, କରୋନା ମହାମାରୀକୁ ହଟାଇବାକୁ ତିଆରି ହେଉଥିବା ଭ୍ୟାକ୍ସିନ ଦୌଡରେ ଅଷ୍ଟ୍ରାଜେନିକା ଓ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିକଶିତ କରାଯାଉଥିବା ଭ୍ୟାକ୍ସିନ ସବୁଠାରୁ ଆଗରେ ରହିଛି । ଭାରତ ସମେତ ସାରା ବିଶ୍ୱର ନଜର ଏହା ଉପରେ ରହିଛି । ଭାରତର ପୁଣେରେ ଥିବା ସିରମ ଇନଷ୍ଟିଚ୍ୟୁଟରେ ବି କରୋନା ଭ୍ୟାକ୍ସିନ ବିକଶିତ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri