Posted inଜାତୀୟ

ବାଲାକୋଟରେ ଆତଙ୍କବାଦୀଙ୍କ କଣ୍ଟ୍ରୋଲ୍‌ ରୁମ୍‌: ଭାରତରେ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର, ୨୨।୧୦: ପାକିସ୍ତାନ ସୈନ୍ୟ ବିଭାଗ ପକ୍ଷରୁ ପୁଣି ଥରେ ବାଲାକୋଟରେ ଆତଙ୍କବାଦୀଙ୍କ ପାଇଁ କଣ୍ଟ୍ରୋଲ ରୁମ୍‌ ସ୍ଥାପନ କରାଯାଇଛି। ମୁଜାଫରାବାଦ ଦେଇ ଭାରତରେ ଅନୁପ୍ରବେଶ କରିବାକୁ ଆତଙ୍କବାଦୀଙ୍କୁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଭାରତ ପକ୍ଷରୁ କରାଯାଇଥିବା ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ପରେ ଏଠାରେ ଥିବା ଆତଙ୍କବାଦୀ ଶିବିରଗୁଡ଼ିକୁ ହଟାଇ ନିଆଯାଇଥିଲା। ତେବେ ପୁଣି ଥରେ ଏଠାରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ତାଲିମ କାର୍ଯ୍ୟ ଜୋର୍‌ ସୋରରେ ଆରମ୍ଭ ହୋଇଛି। ଜୈଶ୍‌ କମାଣ୍ଡର ଜୁବେର୍‌ ଆତ୍ମଘାତୀ ଆକ୍ରମଣ ସମ୍ପର୍କରେ ଆତଙ୍କବାଦୀ ସଦସ୍ୟଙ୍କୁ ଆବଶ୍ୟକ ତାଲିମ୍‌ ଦେବା ଜାରି ରଖିତ୍ଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭାରତ ବିଭିନ୍ନ ଅଞ୍ଚଳରେ ବଡ଼ ଧରଣର ଆତ୍ମଘାତୀ ଆକ୍ରମଣ କରାଇବା ଲାଗି ଷଡ଼ଯନ୍ତ୍ର କରାଯାଉଥିବା ଗୋଇନ୍ଦା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଆଫଗାନିସ୍ତାନୀରୁ ଆତଙ୍କବାଦୀମାନଙ୍କୁ ଧୀରେଧୀରେ ଜମ୍ମୁ-କଶ୍ମୀର ଆଡ଼କୁ ମୁହାଁଇବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ମୁଜାଫରାବାଦର ସଓ୍ବାଇ ନାଲାରେ ଜୈଶ୍‌ର କାର୍ଯ୍ୟାଳୟ ମାଧ୍ୟମରେ ଆତଙ୍କବାଦୀଙ୍କୁ ବିଭିନ୍ନ ପ୍ରକାର ଆକ୍ରମଣ ପାଇଁ ପ୍ରସ୍ତୁତ କରାଯାଉଛି। ଆତଙ୍କବାଦୀ ସଦସ୍ୟଙ୍କୁ ଅଲ୍‌-ରହମତ୍‌ ଟଷ୍ଟ୍‌ ଦ୍ୱାରା ତାଲିମ ସମୟରେ ଆବଶ୍ୟକ ପାଣ୍ଠି ଯୋଗାଇ ଦିଆ ଯାଉଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri