Posted inଖେଳ

ଲାରାଙ୍କ ୪୦୦ ରନ ରେକର୍ଡକୁ ଭାଙ୍ଗିପାରିବେ ଏହି ୨ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ, ୨୨।୧୦: ଅନ୍ତର୍ଜାତୀୟ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଗୋଟିଏ ଇନିଂସରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିବା ରେକର୍ଡ ଓ୍ବେଷ୍ଟଇଣ୍ଡିଜର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରାଙ୍କ ନାମରେ ରହିଛି। ୨୦୦୪ ମସିହାରେ ଆଣ୍ଟିଗୁଆରେ ଭ୍ରମଣକାରୀ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ୪ର୍ଥ ଟେଷ୍ଟ ମ୍ୟାଚ୍‌ରେ ଲାରା ଅପରାଜିତ ୪୦୦ ରନ ସଂଗ୍ରହ କରିଥିଲେ। ଯାହା ଆଜି ପର୍ଯ୍ୟନ୍ତ ବିଶ୍ୱ ରେକର୍ଡ ହୋଇରହିଛି। ଗତ ୧୬ ବର୍ଷ ହେବ ଅନେକ ବ୍ୟାଟ୍ସମ୍ୟାନ ଏହାର ନିକଟତର ହୋଇଥିଲେ ମଧ୍ୟ ଏହି ରେକର୍ଡକୁ ଭାଙ୍ଗିପାରି ନାହାନ୍ତି। ଭାରତର ପ୍ରାକ୍ତନ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ବିଶ୍ୱାସ କରନ୍ତି ଯେ, ଏହି ରେକର୍ଡ ଭାଙ୍ଗିବାର କ୍ଷମତା ବିଶ୍ୱର ୨ ଜଣ ବ୍ୟାଟ୍ସମ୍ୟାନଙ୍କ ନିକଟରେ ରହିଛି। ସେହି ୨ ଜଣ ହେଲେ ଭାରତର ରୋହିତ୍‌ ଶର୍ମା ଓ ଅଷ୍ଟ୍ରେଲିଆର ଡେଭିଡ୍‌ ଓ୍ବାର୍ନର।
ମିଡିଆରେ ନିଜର ସ୍ବତନ୍ତ୍ର ଶୋ ‘ଭୀରୁ କି ବୈଠକ’ରେ ଲାରାଙ୍କ ରେକର୍ଡକୁ ନେଇ ସେହ୍ବାଗ କହିଛନ୍ତି, ଯଦି ଏହି ରେକର୍ଡକୁ କେହି ଭାଙ୍ଗିପାରିବେ ତେବେ ସେ ହେଉଛନ୍ତି ରୋହିତ୍‌ ଓ ଓ୍ବାର୍ନର। ରୋହିତ୍‌ ଯଦି ଦେଢ଼ଦିନ ରହିଯାଆନ୍ତି ଏବଂ ନିଜସ୍ବ ଶୈଳୀରେ ବ୍ୟାଟିଂ କରନ୍ତି ତେବେ ସେ ଏହି ରେକର୍ଡକୁ ଭାଙ୍ଗି ପାରିବେ। ଏଠାରେ ଉଲ୍ଲେଖଯୋଗ୍ୟ, ଟେଷ୍ଟ କ୍ରିକେଟ୍‌ରେ ୨୧୨ ରନ ରୋହିତ୍‌ଙ୍କ ବ୍ୟକ୍ତିଗତ ସର୍ବାଧିକ ସ୍କୋର। ସେହିଭଳି ଓ୍ବାର୍ନର ଗତବର୍ଷ ପାକିସ୍ତାନ ବିପକ୍ଷରେ ଅପରାଜିତ ୩୩୫ ରନ କରିଥିଲେ। ଯାହା ତାଙ୍କର ସର୍ବୋଚ୍ଚ ସ୍କୋର।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri