ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଘନୀଭୂତ ହୋଇ ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଗଭୀର ଅବପାତ(ଡିପ୍‌ ଡିପ୍ରେଶନ)ରେ ପରିଣତ ହେବା ସମ୍ଭାବନା ରହିଛି। ତେବେ ଲଘୁଚାପ ବାତ୍ୟାରେ ପରିଣତ ହେବ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସ୍ପଷ୍ଟ କରାଯାଇଛି। ଗଣମାଧ୍ୟମକୁ ସୂଚନା ଦେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଅବପାତ ଉତ୍ତର ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ପାରାଦୀପଠାରୁ ୧୫୦ କି.ମି. ଦୂରରେ ରହିଛି। ଶୁକ୍ରବାର ଅପରାହ୍ନ ସୁଦ୍ଧା ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଲଘୁଚାପ ଘନୀଭୂତ ହେଲେ ମଧ୍ୟ ଏହାର ଅଧିକ ପ୍ରଭାବ ସମୁଦ୍ର ଭିତରେ ରହିବ। ଅବପାତରେ ପରିଣତ ହୋଇ ଉପକୂଳକୁ ଆସିବ। ଏଥିଯୋଗୁ ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ନ ଥିଲେ ମଧ୍ୟ ଉପକୂଳବର୍ତ୍ତୀ ଜିଲାରେ କିଛି ପରିମାଣରେ ଅଧିକ ବର୍ଷା ହେବ ବୋଲି ସେ କହିଛନ୍ତି।
ଗଭୀର ଅବପାତ ଉତ୍ତର-ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରୁଛି। ୨୩ ତାରିଖ ଅପରାହ୍ନରେ ପଶ୍ଚିମବଙ୍ଗର ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁରା ମଧ୍ୟ ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳରେ ଘଣ୍ଟାକୁ ୫୦ରୁ ୬୦ ଏବଂ ବେଳେ ବେଳେ ୭୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ୨୪ ତାରିଖରେ ଏହା ଡିପ୍ରେଶନରେ ପରିଣତ ହୋଇ ଦୁର୍ବଳ ହୋଇଯିବ। ଲଘୁଚାପକୁ ଦୃଷ୍ଟିରେ ରଖି ପାରାଦୀପ, ଗୋପାଳପୁର, ପୁରୀ, ଚାନ୍ଦବାଲିରେ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି।
ଲଘୁଚାପ ଘନୀଭୂତ ହେଉଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପୁରୀ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସତର୍କ କରାଯାଇଛି। ଏହାଛଡ଼ା ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ ଏବଂ ଯାଜପୁର ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ଅକ୍ଟୋବର ୨୪ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ଲଘୁଚାପ ଅବପାତ ରୂପ ନେଉଥିବାରୁ ଜିଲାପାଳଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳ ପାଣିରେ ବୁଡିଯିବା ସମ୍ଭାବନା ରହିଛି। କଚ୍ଚାଘର ଭାଙ୍ଗିବା ସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ସେଥିପ୍ରତି ଦୃଷ୍ଟି ରଖିବାକୁ ପରାମର୍ଶ ଦିଆଯାଇଛି। ଅଗ୍ନିଶମ ବାହିନୀକୁ ମଧ୍ୟ ପରିସ୍ଥିତିର ମୁକାବିଲା ପାଇଁ କୁହାଯାଇଛି।
ଲଘୁଚାପ ଯୋଗୁ ଗତ ୨୪ ଘଣ୍ଟା ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ପାରାଦୀପରେ ୭୧ ମିଲିମିଟର ବର୍ଷା ହୋଇଥିବା ବେଳେ ଚାନ୍ଦବାଲି ୫୯.୮, କଟକ ୧୧.୪, ଭୁବନେଶ୍ୱର ୧୫.୯, ପୁରୀ ୧୮, ଗୋପାଳପୁର ୧୮.୧, ଛତ୍ରପୁର ୧୫ ଏବଂ ପାରଳାଖେମୁଣ୍ଡିରେ ୧୦.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri