ରାଜ୍ୟଗୁଡ଼ିକୁ ୬ ହଜାର କୋଟିର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ: ଜିଏସ୍‌ଟି କ୍ଷତିପୂରଣ ନିଅଣ୍ଟ ରାଶି ଭରଣା କରିବା ଲାଗି କେନ୍ଦ୍ର ସରକାର ଓଡ଼ିଶା ସମେତ ୧୬ ରାଜ୍ୟ ଏବଂ ୨ କେନ୍ଦ୍ରଶାସିତ ଅଞ୍ଚଳକୁ ୬ ହଜାର କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହି ରାଶିକୁ ସରକାର ଋଣ କରି ରାଜ୍ୟଗୁଡ଼ିକୁ ହସ୍ତାନ୍ତର କରିଛନ୍ତି। ଜିଏସ୍‌ଟି କ୍ଷତିପୂରଣ ରାଶିର ପ୍ରଥମ କିସ୍ତି ଭାବେ ଏହି ରାଶି ଓଡ଼ିଶା, ମହାରାଷ୍ଟ୍ର, ଗୁଜରାଟ, ବିହାର, ଆସାମ, ଦିଲ୍ଲୀ, ଜମ୍ମୁ-କଶ୍ମୀର ଭଳି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଲାଭ କରିଥିବା ଜଣାପଡ଼ିଛି। କ୍ଷତିପୂରଣ ରାଶି କେନ୍ଦ୍ର ଋଣ କରି ରାଜ୍ୟକୁ ପ୍ରଦାନ କରୁ ବୋଲି କିଛି ରାଜ୍ୟ ଦାବି କରିଥିଲେ। ଏହାପରେ କେନ୍ଦ୍ର ଏଭଳି ପଦକ୍ଷେପ ଗ୍ରହଣ କରିଛି। ୧.୧ ଲକ୍ଷ କୋଟି ଟଙ୍କା ଋଣ କରାଯାଇ ରାଜ୍ୟଗୁଡିକୁ ପ୍ରଦାନ କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଥିଲେ। କେନ୍ଦ୍ର ସରକାର ଏଥିଲାଗି ସ୍ବତନ୍ତ୍ର ଓ୍ବିଣ୍ଡୋ ବ୍ୟବସ୍ଥା ଗ୍ରହଣ କରିଛନ୍ତି। ସେହିଭଳି ୨୧ ରାଜ୍ୟ, ୨ କେନ୍ଦ୍ର ଶାସିତ ଅଞ୍ଚଳ ସ୍ବତନ୍ତ୍ର ଓ୍ବିଣ୍ଡୋ ସହ ନିଜସ୍ବ ଋଣ ଉଠାଣ ବ୍ୟବସ୍ଥା ସପକ୍ଷରେ ଯାଇଛନ୍ତି। ୫ ରାଜ୍ୟରେ ଜିଏସ୍‌ଟି କ୍ଷତିପୂରଣ ସମସ୍ୟା ନାହିଁ ବୋଲି ଜଣାପଡ଼ିଛି।
ଅନ୍ୟ ରାଜ୍ୟ ମଧ୍ୟରେ ଉତ୍ତରାଖଣ୍ଡ, ଉତ୍ତର ପ୍ରଦେଶ, ତ୍ରିପୁରା,ତାମିଲନାଡୁ, ମେଘାଳୟ, ମଧ୍ୟପ୍ରଦେଶ, କର୍ନାଟକ, ମହାରାଷ୍ଟ୍ର, ହିମାଚଳ ପ୍ରଦେଶ, ହରିୟାଣା, ଗୋଆ, ଆନ୍ଧ୍ରପ୍ରଦେଶ ପ୍ରମୁଖ ରହିଛନ୍ତି। ୩ରୁ ୫ ବର୍ଷ ଅବଧି ଲାଗି ୫.୧୯% ହାରରେ କେନ୍ଦ୍ର ଋଣ କରିବା ସହ ପ୍ରତି ସପ୍ତାହରେ ୬ ହଜାର କୋଟି ଟଙ୍କା ରାଜ୍ୟଗୁଡିକୁ ଦେବାକୁ କେନ୍ଦ୍ରର ଯୋଜନା ରହିଛି। ଏହା ବିତ୍ତୀୟ ନିଅଣ୍ଟ ଉପରେ କୌଣସି ପ୍ରଭାବ ପକାଇବ ନାହିଁ ବୋଲି କୁହାଯାଇଛି। ପ୍ରଦାନ କରାଯାଇଥିବା ଅର୍ଥ ରାଶିକୁ ରାଜ୍ୟଗୁଡିକର ପୁଞ୍ଜି ଲାଭ ହିସାବରେ ଦର୍ଶାଯିବ। ଅଗଷ୍ଟ ମାସରେ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ୨ଟି ବିକଳ୍ପ ପ୍ରଦାନ କରିଥିଲେ। ରିଜର୍ଭ ବ୍ୟାଙ୍କର ସ୍ପେଶାଲ ଓ୍ବିଣ୍ଡୋରୁ ୯୭ ହଜାର କୋଟି କିମ୍ବା ୨.୩୫ ଲକ୍ଷ କୋଟି ଟଙ୍କାର ବଜାର ଋଣ ଏହା ମଧ୍ୟରେ ସାମିଲ ରହିଥିଲା। ଏହି ବିକଳ୍ପଗୁଡିକୁ ୧.୧୦ ଲକ୍ଷ କୋଟି ଏବଂ ୧.୮ ଲକ୍ଷ କୋଟି ଟଙ୍କାକୁ ପରିବର୍ତ୍ତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri