ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ଅନୁଷ୍ଠିତ: ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇଛନ୍ତି ଦାରୁଦିଅଁ

ପୁରୀଅଫିସ,୨୬।୧୦:ଶ୍ରୀମନ୍ଦିରରେ ସୋମବାର ପବିତ୍ର ଦଶହରାରେ ମହାପ୍ରଭୁଙ୍କ ସୁନାବେଶ ବା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ବିଭିନ୍ନ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇଛନ୍ତି ଦାରୁଦିଅଁ। ଏହି ଅବସରରେ ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି। ପବିତ୍ର ଦଶହରା ଅବସରରେ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି ସମ୍ପନ୍ନ କରାଯାଇଥିଲା। ଏହି ବେଶରେ ପାଞ୍ଚଖଣ୍ଡ ଆଜ୍ଞାମାଳ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରାଯାଇଥିଲା। ସକାଳଧୂପ ସରିବା ପରେ ଆୟୁଧମାନଙ୍କୁ ମହାସ୍ନାନ ପୂର୍ବକ ବରୁଣ ପୂଜା କରାଯାଇଥିଲା। ମେକାପ ୩ଟି ରୂପାଥାଳିରେ ଆୟୁଧ ରଖି ତଳୁଛ ଓ ପ୍ରଧାନୀ ସେବାୟତଙ୍କ ସହ ତିନିଥର ବଡ଼ଦେଉଳକୁ ପରିକ୍ରମା କରିବା ପରେ ପୁଷ୍ପାଳକ ବଳଭଦ୍ରଙ୍କ ବାଡ଼ରେ ହଳ ମୁଷଳ, ସୁଭଦ୍ରାଙ୍କ ବାଡ଼ରେ ସୁବର୍ଣ୍ଣ ତଡକୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶଙ୍ଖ ଚକ୍ର ଆୟୁଧ ଲାଗି କରିଥିଲେ। ପରେ ମଦନମୋହନ ଓ ରାମକୃଷ୍ଣ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ମହାଖଳାକୁ ବିଜେ କରିଥିଲେ। ସେଠାରେ ଆଳତୀ ବଢିବା ପରେ ମଦନ ମୋହନଙ୍କ ସହ ଦୁର୍ଗାମାଧବ ସିଂହାସନକୁ ବିଜେ କରିଥିଲେ। ସେଠାରେ ତିନି ବାଡ଼ରେ ମଙ୍ଗଳାର୍ପଣ କରାଯାଇଥିଲା। ଏହି ଅବସରରେ ଜଗନ୍ନାଥ ବଲ୍ଲଭ ମଠରେ ଠାକୁରଙ୍କୁ ପ୍ରସାଦ ଲାଗି ଓ ବନ୍ଦାପନା କରାଯାଇଥିଲା।ଏହାପରେ ଠାକୁର ମାନେ ଶ୍ରୀମନ୍ଦିରକୁ ବାହୁଡା଼ ବିଜେ କରିଥିଲେ। ତେବେ ପ୍ରତିବର୍ଷ ଭକ୍ତମାନେ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନ କରୁଥିବା ବେଳେ ଚଳିତବର୍ଷ କୋଭିଡ କଟକଣା ଯୋଗୁ ଶ୍ରୀମନ୍ଦିର ବନ୍ଦ ଥିବାରୁ ଭକ୍ତମାନେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରୁ ବଞ୍ଚିତ ହୋଇ ନିରାଶଭାବ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହା ବିଧାନସଭା ଆସନ: ୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ

ଲୋଇସିଂହା,୫।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଯାଞ୍ଚ ପ୍ରକ୍ରିୟା ପରେ ୭ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

ସଞ୍ଜୟଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ଇନ୍‌ଚାର୍ଜ କଲା ବିଜେଡି

ସମ୍ବଲପୁର,୫ା୫(ପ୍ରମୋଦ ବହିଦାର): ଚଳିତ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ଓ ନିର୍ବାଚନ ଇନ୍‌ଚାର୍ଜ ନିଯୁକ୍ତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri