ରେଳ ଧାରଣାରୁ ମିଳିଲା ପରିବାରର ୩ ଜଣଙ୍କ ମୃତଦେହ

ଟିକିରି/ଦଶମନ୍ତପୁର,୨୬ା୧୦(ଡି.ଏନ୍‌.ଏ.)-କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେଶନ ନିକଟରୁ ସୋମବାର ଗୋଟିଏ ପରିବାରର ୩ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ୍‌ ଚିକାମ୍ବ ଗ୍ରାମର କେଶବ ସୁବୁଦ୍ଧି(୩୮), ଝିଅ ଶ୍ରେୟା(୧୨) ଏବଂ ପୁଅ ସିଦ୍ଧୁ(୭)। ସୂଚନା ଅନୁଯାୟୀ, କେଶବ ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ପୋଡ଼ାପାଡ଼ି ଗ୍ରାମରେ ରହୁଥିଲେ। ଟିକିରିସ୍ଥିତ ଏକ କମ୍ପାନୀରେ ସେ ସୁପରଭାଇଜର ଭାବେ କାମ କରୁଥିଲେ। ତେବେ ସୋମବାର ସକାଳ ପ୍ରାୟ ସାଢ଼େ ୯ଟା ସମୟରେ ରେଳ ଧାରଣା ନିକଟରେ ୩ଜଣଙ୍କ ମୃତଦେହ ପଡ଼ିଥିବା ଖବର ପାଇ ଜିଆର୍‌ପି ପହଞ୍ଚି ତଦନ୍ତ ଚଳାଇଛି। ମୃତକମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଥିଲେ ମଧ୍ୟ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ତେବେ ସେମାନେ ଚଳନ୍ତା ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା କୁହାଯାଉଛି। ଏ ନେଇ ତଦନ୍ତ ଜାରି ରହିଥିବା ଜିଆର୍‌ପି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri