Posted inଖେଳ

ପିତାଙ୍କ ମୃତ୍ୟୁର ୩ ଦିନ ପରେ ପଡିଆରେ ଏମିତି କରି ଦେଖାଇଲେ ପୁଅ, ସମସ୍ତେ କଲେ ସଲାମ୍‌

ଶାରଜା,୨୭।୧୦: ତିନି ଦିନ ପୂର୍ବେ ପିତାଙ୍କୁ ହରାଇଥିବା କିଙ୍ଗସ ଏକାଦଶ ପଞ୍ଜାବ ବ୍ୟାଟ୍ସମ୍ୟାନ ମନଦୀପ ସିଂ କୋଲକାତା ନାଇଟ ରାଇଡର୍ସ(କେକେଆର୍‌)ବିପକ୍ଷ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଅପରାଜିତ ୬୬ ରନ୍‌ର ପାଳି ଖେଳି ଦଳକୁ ଜିତାଇଥିଲେ। ଏହି ଇନିଂସ ତାଙ୍କ ପିତାଙ୍କୁ ସେ ଉତ୍ସର୍ଗ କରିଛନ୍ତି। ମ୍ୟାଚ୍‌ ପରେ ସେ କହିଛନ୍ତି, ପିତା ସର୍ବଦା ଚାହୁଁଥିଲେ ମୁଁ ସର୍ବଦା ନଟ୍‌ଆଉଟ୍‌ ରହିବା ଉଚିତ୍‌। ମୁଁ ଶତକ କିମ୍ବା ଦ୍ୱିଶତକ ମାରି ଆଉଟ୍‌ ହୋଇଥିଲେ ମଧ୍ୟ ପିତା ମୋତେ କାହିଁକି ଆଉଟ୍‌ ହେଲୁ ବୋଲି ପଚାରନ୍ତି। ଏହି ପାଳି ତାଙ୍କ ପାଇଁ ଉତ୍ସର୍ଗ କରୁଛି ବୋଲି ମନଦୀପ କହିଛନ୍ତି। କେକେଆର୍‌ ବିପକ୍ଷ ମ୍ୟାଚ୍‌ରେ ମନଦୀପ ଅର୍ଦ୍ଧଶତକ ପୂରଣ କରିବା ପରେ ଉପରକୁ ଚାହିଁି ପିତାଙ୍କୁ ମନେ ପକାଇଥିଲେ। ସାଥି ଖେଳାଳି ଛିଡା ହୋଇ ତାଳି ମାରିଥିଲେ। ସୂଚନାଯୋଗ୍ୟ, ଅକ୍ଟୋବର ୨୩ରେ ମନଦୀପଙ୍କ ପିତାଙ୍କ ଦେହାନ୍ତ ହୋଇଥିଲା। ଏହାର ଗୋଟିଏ ପରେ ସେ ମ୍ୟାଚ୍‌ ଖେଳିବାକୁ ପଡିଆକୁ ଓହ୍ଲାଇଥିଲେ। ମନଦୀପଙ୍କ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ପଞ୍ଜାବ ଟିମର ଖେଳାଳିମାନେ ହାତରେ କଳା ରଙ୍ଗର ବ୍ୟାଣ୍ଡ ପିନ୍ଧି ମଇଦାନକୁ ଓହ୍ଲାଇଥିଲେ। ମନଦୀପଙ୍କ ସାହସକୁ ସଲାମ କରିଥିଲେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri