ଛାତ୍ରବୃତ୍ତି, ସୁମଙ୍ଗଳ ପୋର୍ଟାଲ ଉନ୍ମୋଚିତ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରୀଛାତ୍ରମାନଙ୍କୁ ଏବେ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲ ବ୍ୟବହାର କରିବାକୁ ପଡ଼ିବ ନାହିଁ। ମାତ୍ର ଗୋଟିଏ ପୋର୍ଟାଲ www.scholarship.odisha.gov.inରେ କ୍ଲିକ୍‌ କରି ପିଲାମାନେ ସେମାନଙ୍କ ଛାତ୍ରବୃତ୍ତି ପାଇଁ ଆବେଦନ କରିପାରିବେ। ଏହାଦ୍ୱାରା ରାଜ୍ୟର ୧୧ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଉପକୃତ ହେବେ। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲର ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ ଅବସରରେ ଏନେଇ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବୈଷୟିକ ବିଦ୍ୟାର ପ୍ରୟୋଗ ଦ୍ୱାରା ହିଁ ସାଧାରଣ ଲୋକଙ୍କୁ ଦକ୍ଷତା ଓ ସ୍ବଚ୍ଛତାର ସହ ଠିକ୍‌ ସମୟରେ ଉତ୍କୃଷ୍ଟ ସେବା ଯୋଗାଇ ଦିଆଯାଇ ପାରିବ। ସାଧାରଣ ଲୋକଙ୍କ ଜୀବନରେ ପରିବର୍ତ୍ତନ ପାଇଁ ବୈଷୟିକ ବିଦ୍ୟାର ବ୍ୟାପକ ପ୍ରୟୋଗ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ରାଜ୍ୟ ସରକାରଙ୍କ ୬ଟି ବିଭାଗ ଅଧୀନରେ ୨୧ ଛାତ୍ର ବୃତ୍ତି ପ୍ରଦାନ କରାଯାଉଛି। ଏବେ ଏକକ ପୋର୍ଟାଲ ଦ୍ୱାରା ବୃତ୍ତି ପ୍ରଦାନ କରୁଥିବା ସରକାରୀ ବିଭାଗ ଓ ଆଶାୟୀ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଦୂରତ୍ୱ କମିଯିବ। ସେମାନେ ଘରେ ବସି ସୁବିଧାରେ ଆବେଦନ କରିପାରିବେ ଏବଂ ନିର୍ଦ୍ଦିଷ୍ଟ ସମୟରେ ବୃତ୍ତି ପାଇ ପାରିବେ। ଅନୁସୂଚିତ ଜାତି ଓ ଜନଜାତି, ଅନ୍ୟାନ୍ୟ ପଛୁଆବର୍ଗ, ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗ ଶ୍ରେଣୀର ଛାତ୍ରୀଛାତ୍ରମାନେ ଏହି ବୃତ୍ତିର ସୁବିଧା ପାଇବାରେ ସର୍ବାଗ୍ରେ ରହୁଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି। ଦୁର୍ବଳ ଶ୍ରେଣୀର ପିଲାମାନଙ୍କୁ ଶିକ୍ଷା ସୁବିଧା ଯୋଗାଇବାରେ ରାଜ୍ୟ ସରକାର ପ୍ରାଥମିକତା ଦେଇଆସିଛନ୍ତି। ଅନୁସୂଚିତ ଜାତି ଓ ଜନଜାତି ବିଭାଗ, ଉଚ୍ଚଶିକ୍ଷା ବିଭାଗ, ସ୍କୁଲ ଓ ଗଣଶିକ୍ଷା ବିଭାଗ, ଶ୍ରମ ଓ କର୍ମଚାରୀ ବୀମା ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ କୃଷି ବିଭାଗର ସମସ୍ତ ବୃତ୍ତି କାର୍ଯ୍ୟକ୍ରମ ଏହି ପୋର୍ଟାଲରେ ପରିଚାଳିତ ହେବ। ରାଜ୍ୟ ଟ୍ରେଜେରି ସହିତ ଏହି ପୋର୍ଟାଲକୁ ଲିଙ୍କ୍‌ କରାଯାଇଥିବାରୁ ଛାତ୍ରୀଛାତ୍ରଙ୍କ ବ୍ୟାଙ୍କ ଆକାଉଣ୍ଟରେ ବୃତ୍ତି ରାଶି ସିଧାସଳଖ ଜମା ହୋଇପାରିବ।
ସେହିପରି ସୁମଙ୍ଗଳ ପୋର୍ଟାଲ ଉନ୍ମୋଚନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆନ୍ତଃ ଜାତି ବିବାହ ଦ୍ୱାରା ସାମାଜିକ ଏକତା ବଢ଼ିବା ସହ ଜାତିଗତ ଭେଦଭାବ ହ୍ରାସ ହେବ। ସମାଜରେ ସମାନତା ଓ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ବୃଦ୍ଧି ହେବ। ସୁମଙ୍ଗଳ ପୋର୍ଟାଲ ଏ ଦିଗରେ ବହୁ ପରିମାଣରେ ସହାୟକ ହେବ। ସୁମଙ୍ଗଳ ପୋର୍ଟାଲ www.sumangaା.odisha.gov.inରେ ଆବେଦନ କଲେ ଆନ୍ତଃ ଜାତି ବିବାହ କରିଥିବା ଯୋଗ୍ୟ ହିତାଧିକାରୀ ୬୦ ଦିନରେ ପ୍ରୋତ୍ସାହନ ରାଶି ଆକାରରେ ଅଢ଼େଇ ଲକ୍ଷ ଟଙ୍କା ପାଇପାରିବେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା କହିଛନ୍ତି, କେବଳ ଏହି ବିଭାଗରେ ୬ ଲକ୍ଷ ଛାତ୍ରୀଛାତ୍ର ବୃତ୍ତିର ସୁବିଧା ପାଉଛନ୍ତି। ୫-ଟି କାର୍ଯ୍ୟକ୍ରମ ବ୍ୟାପକ ପରିବର୍ତ୍ତନର ସୁଯୋଗ ଆଣିଛି ବୋଲି କହିଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ସଚିବ ରଞ୍ଜନା ଚୋପ୍ରା ସ୍ବାଗତ ଭାଷଣ ଦେଇଥିବା ବେଳେ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ସଚିବ ସୌରଭ ଗର୍ଗ, ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ସତ୍ୟବ୍ରତ ସାହୁ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲାର ଜିଲାପାଳ ଓ ସମ୍ପୃକ୍ତ ବିଭାଗର ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri