ଶିଶୁକନ୍ୟାଙ୍କୁ ଧରି କୂଅକୁ ଡେଇଁଲେ ମା’

ବ୍ରହ୍ମପୁର ଅଫିସ,୨୮ା୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଶିଶୁକନ୍ୟାକୁ ଧରି ମା’ କୂଅକୁ ଡେଇଁ ପଡିଥିଲେ। ଉଭୟଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ୩ ବଷର୍ର୍ୀୟା ଝିଅ ଶ୍ରେୟାସୀ ସାହୁଙ୍କର ମୃତ୍ୟୁ ଘଟିଛି।
ବଡବଜାର ଥାନା ଶ୍ରୀରାମନଗର ଜନ୍ନାଥବିହାର ସପ୍ତମ ଲାଇନ୍‌ର ରାମଚନ୍ଦ୍ର ସାହୁଙ୍କ ଝିଅ ବିଜୟଲକ୍ଷ୍ମୀ ୭ବର୍ଷ ତଳେ ବାଚୁବାରୀ ସାହିର ସୀମାଞ୍ଚଳ ସାହୁଙ୍କୁ ବିବାହ କରିଥିଲେ। ବିବାହ ପରେ ଯୌତୁକ ଦାବି କରି ବିଜୟଲକ୍ଷ୍ମୀଙ୍କୁ ନିର୍ଯାତନା ଦିଆଯାଉଥିଲା। ଅସହ୍ୟ ହେବାରୁ ବିଜୟଲକ୍ଷ୍ମୀ କିଛିଦିନ ହେଲା ବାପଘର ଜଗନ୍ନାଥ ବିହାରକୁ ଚାଲି ଆସିଥିଲେ। ମଙ୍ଗଳବାର ସୀମାଞ୍ଚଳ କୌଣସି କଥାକୁ ନେଇ ବିଜୟଲକ୍ଷ୍ମୀଙ୍କୁ ଫୋନ୍‌ରେ ଗାଳିଗୁଲଜ କରିଥିଲେ। ଏଥିରେ ସେ ମାନସିକ ଭାରସାମ୍ୟ ହରାଇ ଝିଅ ଶ୍ରେୟାସୀକୁ ଧରି କୂଅକୁ ଡେଇଁ ପଡିଥିଲେ। ଘଟଣା ସମ୍ପର୍କରେ ବିଜୟଲକ୍ଷ୍ମୀଙ୍କ ଭାଇ ନାରାୟଣ ସାହୁ ବଡବଜାର ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri