ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ଭାସିଯାଇଥିବା ଯୁବ ପର୍ଯ୍ୟଟକଙ୍କ ମିଳିଲା ମୃତଦେହ

ପୁରୀ ଅଫିସ,୨୮ା୧୦: ବ୍ଲୁ ଫ୍ଲାଗ୍‌ ବିଚ୍‌ ସମୁଦ୍ରରେ ଗାଧୋଉଥିବା ବେଳେ ମଙ୍ଗଳବାର ଜଣେ ଛାତ୍ର ଭାସିଯାଇଥିଲେ। ଘଟଣାର ୨୪ ଘଣ୍ଟା ପରେ ତାଙ୍କ ମୃତଦେହ ବୁଧବାର ହୋଟେଲ ପିଙ୍କ ହାଉସ ପଛପଟ ସମୁଦ୍ରରେ ଭାସୁଥିବା ବେଳେ ଉଦ୍ଧାର ହୋଇଛି। ସେ ହେଲେ ଝାଡ଼ଖଣ୍ଡ ରାଜ୍ୟର ତନୀଷ ବିନୟ (୧୬)।

ସୂଚନାଯୋଗ୍ୟ, ତନୀଷ ଯୁକ୍ତ ୨ରେ ପାଠ ପଢୁଥିଲେ। ମା’, ବାପା ଓ ପରିବାରର ଅନ୍ୟ ସଦସ୍ୟଙ୍କ ସହ ସେ ପୁରୀ ବୁଲିବାକୁ ଆସିଥିଲେ। ମଙ୍ଗଳବାର ପୂର୍ବାହ୍ନରେ ବ୍ଲୁ ଫ୍ଲାଗ ବିଚ୍‌ ବୁଲିବାକୁ ଯାଇଥିଲେ। ଏହି ସମୟରେ ତନୀଷ ସମୁଦ୍ରରେ ସ୍ନାନ କରୁଥିଲେ। ମାତ୍ର ହଠାତ୍‌ ସେ ଭାସି ଯାଇଥିଲେ। ତାଙ୍କ ସମ୍ପର୍କୀୟ ପାଟି କରିବାରୁ ଲାଇଫ୍‌ଗାର୍ଡ ଉଦ୍ଧାର ପାଇଁ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲେ। ମଧ୍ୟାହ୍ନ ପ୍ରାୟ ୧୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଅଗ୍ନିଶମବାହିନୀର ଗୋଟିଏ ଟିମ୍‌ ଖୋଜାଖୋଜି କରିଥିଲେ। ନୂଆନଈଠାରୁ ହୋଟେଲ ଷ୍ଟର୍ଲିଂ ପର୍ଯ୍ୟନ୍ତ ସମୁଦ୍ରରେ ଖୋଜାଖୋଜି କରିଥିଲେ ମଧ୍ୟ ତନୀଷଙ୍କର କୌଣସି ସନ୍ଧାନ ପାଇ ନ ଥିଲେ। ପୁନଶ୍ଚ ବୁଧବାର ସକାଳୁ ଖୋଜା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri