ରିଦ୍ଧିମାନଙ୍କ ଇଞ୍ଜୁରି ଗୁରୁତର ନୁହେଁ

ଦୁବାଇ,୨୯।୧୦(ପି.ଟି.): ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଦ୍ଧିମାନ ଶାହା ଗ୍ରୋନ୍‌ ଇଞ୍ଜୁରିର ଶିକାର ହୋଇଛନ୍ତି। ତେବେ ଏହା ସେତେଟା ଗୁରୁତର ନୁହେଁ। କିନ୍ତୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ ସନରାଇଜର୍ସ ହାଇଦ୍ରାବାଦ ତାଙ୍କ ଇଞ୍ଜୁରି ସମସ୍ୟା ନେଇ କାଳକ୍ଷେପଣ ନୀତି ଅବଲମ୍ବନ କରିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମେଡିକାଲ ଟିମ୍‌ ସହିତ ଆଲୋଚନା ପରେ ଯାହା କିଛି ନିଷ୍ପତ୍ତି ନିଆଯିବ। ଆଇପିଏଲ୍‌ ପରେ ରିଦ୍ଧିମାନ ଦଳ ସହ ଅଷ୍ଟ୍ରେଲିଆ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ତେଣୁ ତରବର ଭାବେ କୌଣସି ନିଷ୍ପତ୍ତି ନେବାକୁ ଚାହୁଁନାହୁଁ ବୋଲି ଫ୍ରାଞ୍ଚାଇଜ୍‌ ତରଫରୁ କୁହାଯାଇଛି।
ଗତ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ମଙ୍ଗଳବାର ରିଦ୍ଧିମାନ ୪୫ ବଲରୁ ୮୭ ରନର ଦ୍ରୁତ ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ ଓ ଏହି ଅବସରରେ ସେ ଆହତ ହୋଇଥିଲେ। ଫଳରେ ସେ ଉଇକେଟକିପିଂ କରି ନ ଥିଲେ। ତାଙ୍କ ବଦଳରେ ଶ୍ରୀବତ୍ସ ଗୋସ୍ବାମୀ ଏହି ଦାୟିତ୍ୱ ତୁଲାଇଥିଲେ। ଏହି ଇଞ୍ଜୁରି ସେତେଟା ଗୁରୁତର ନୁହେଁ ବୋଲି ତାଙ୍କ ଅଧିନାୟକ ଡେଭିଡ୍‌ ଓ୍ବାର୍ନର କହିଛନ୍ତି। କେତେଜଣ ଜାତୀୟ ଖେଳାଳିଙ୍କ ଇଞ୍ଜୁରି ନେଇ ସତର୍କ ରହିବାକୁ ବିସିସିଆଇ ଫ୍ରାଞ୍ଚାଇଜ୍‌ଗୁଡୁକୁ ପରାମର୍ଶ ଦେଇଛି। ଆଉ ୩ ଦିନ ପରେ ହାଇଦ୍ରାବାଦ ତା’ର ପରବର୍ତ୍ତୀ ମ୍ୟାଚ୍‌ ଖେଳିବ। ତେଣୁ ଏବେଠାରୁ କିଛି କହିବା ଠିକ୍‌ ହେବ ନାହିଁ ବୋଲି ବୋର୍ଡର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଖୁବ୍‌ଶୀଘ୍ର ଇଞ୍ଜୁରିରୁ ମୁକ୍ତ ହେବି ବୋଲି ରିଦ୍ଧିମାନ କହିଛନ୍ତି। ଓ୍ବାର୍ନରଙ୍କ କହିବା ଅନୁସାରେ ବ୍ୟାଟିଂ କରିଥିଲି ଓ ଏହା ଶେଷରେ କାମ ଦେଲା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri