ଆଜି ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ’, ପ୍ରସ୍ତୁତି ଜୋର୍‌ଦାର

ରଘୁନାଥପୁର,୩୦ା୧୦(ଡି.ଏନ.ଏ.): ତିର୍ତ୍ତୋଲ ଉପନିବାର୍ଚନ ପାଇଁ ଜମୁଛି ପ୍ରଚାର। ନିଜ ଦଳ ସପକ୍ଷରେ ଭୋଟ୍‌ ଭିକ୍ଷା କରିବା ପାଇଁ ବିଧାୟକ, ମନ୍ତ୍ରୀ ଏବେ ତିର୍ତ୍ତୋଲ ଅଞ୍ଚଳରେ ଡେରା ପକାଇଛନ୍ତି। ଏହିକ୍ରମରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦଳୀୟ ପ୍ରାର୍ଥୀ ରାଜକିଶୋର ବେହେରାଙ୍କ ପାଇଁ ପ୍ରଚାର କରିବାକୁ ଆସୁଛନ୍ତି। ଧର୍ମେନ୍ଦ୍ର ନିର୍ବାଚନମଣ୍ଡଳୀରେ ରୋଡ୍‌ ଶୋ’ କରି ରାଜକିଶୋରଙ୍କ ପାଇଁ ଭୋଟ୍‌ ଭିକ୍ଷା କରିବେ। ଏଥିନିମନ୍ତେ ଭାଜପା ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ବିଭିନ୍ନ ସ୍ଥାନରେ ପୋଷ୍ଟର, ବ୍ୟାନର ଲଗାଯାଇ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ବାଗତ, ସମ୍ବର୍ଦ୍ଧନା ଜଣାଇବା ପାଇଁ କର୍ମୀ ଦିନରାତି ଏକ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରଧାନ ପୂର୍ବାହ୍ନ ୧୦ଟାରେ କୃଷ୍ଣାନନ୍ଦପୁରଠାରେ ପହଞ୍ଚତ୍ ତିର୍ତ୍ତୋଲ ବ୍ଲକ ଅଭିମୁଖେ ଯିବେ। ପୂର୍ବାହ୍ନ ୧୧ଟାରେ ରଘୁନାଥପୁର ବ୍ଲକ ନାଲିବାର, ଜଇପୁର, ତାରପୁର ଓ ରଘୁନାଥପୁର ବଜାର ଦେଇ ବିରିଡି ବ୍ଲକ ଅଭିମୁଖେ ରୋଡ୍‌ ଶୋ’ରେ ଯିବାକୁ ସ୍ଥିର ହୋଇଥିବା ଜିଲା ପରିଷଦ ସଭ୍ୟ ଅଶୋକ ମହାରଣା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏବେ ରାଜକିଶୋର ଘରକୁ ଘର ଯାଇ ସାଧାରଣ ଜନତାଙ୍କୁ ନିଜ ସପକ୍ଷରେ ଆଣିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri