ଜୁଆଆଡ୍ଡାରେ ଚଢ଼ାଉ ପାଇଁ ଯାଇଥିବା ପୋଲିସ ଉପରେ ଆକ୍ରମଣ, ଆଇଆଇସି ଗୁରୁତର

ଦାରିଙ୍ଗିବାଡ଼ି/ବ୍ରାହ୍ମଣୀଗାଁ,୧ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଅଞ୍ଚଳରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢ଼ାଉ ପାଇଁ ଯାଇଥିବା ବେଳେ ପୋଲିସ ଗାଡ଼ିକୁ ଅଟକାଇ ଅତର୍କିିତ ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଏଥିରେ ଆଇଆଇସି ରଞ୍ଜିତ କୁମାର ମୁନୀ ଗୁରୁତର ହୋଇଥିବା ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ କହିଛନ୍ତି। ସେ ଏବଂ ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝି ପ୍ରମୁଖ ଖବର ପାଇ ବାଲିଗୁଡ଼ାରୁ ବାହାରି ଘଟଣାସ୍ଥଳରେ ବିଳମ୍ବିତ ରାତିରେ ପହଞ୍ଚି ତଦନ୍ତ କରିବା ସହ ଘଟଣାରେ ସଂପୃକ୍ତ ୬ ଜଣଙ୍କୁ ଗିରଫ କରିଥିବା କହିଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ମହିଳା ଏବଂ ୨ ଜଣ ପୁରୁଷ ରହିଛନ୍ତି। ଏଥିରେ ସଂପୃକ୍ତ ଅନ୍ୟମାନେ ଏବେ ମଧ୍ୟ ଫେରାର ରହିଛନ୍ତି। ରବିବାର ସକାଳୁ ଏସ୍‌ଡିପିଓ ବାରିକଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ମେରାମାହାରେ ପହଞ୍ଚି ଫ୍ଲାଗମାର୍ଚ୍ଚ କରିଛି। ପୋଲିସ ଭୟରେ ଗାଁରେ ପୁରୁଷଶୂନ୍ୟ ହୋଇଯାଇଥିବା ଏସ୍‌ଡିପିଓ ବାରିକ କହିଛନ୍ତି। ଖୁବ୍‌ଶୀଘ୍ର ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି କୁହାଯାଇଛି। ସେମାନଙ୍କ ନାମରେ ପୋଲିସ ୮୯/୨୦ରେ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହା ବିଧାନସଭା ଆସନ: ୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ

ଲୋଇସିଂହା,୫।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଯାଞ୍ଚ ପ୍ରକ୍ରିୟା ପରେ ୭ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

ସଞ୍ଜୟଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ଇନ୍‌ଚାର୍ଜ କଲା ବିଜେଡି

ସମ୍ବଲପୁର,୫ା୫(ପ୍ରମୋଦ ବହିଦାର): ଚଳିତ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ଓ ନିର୍ବାଚନ ଇନ୍‌ଚାର୍ଜ ନିଯୁକ୍ତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri