Posted inଖେଳ

ସୁପର ଓଭରରେ ଜିମ୍ବାଓ୍ବେକୁ ସାନ୍ତ୍ୱନାମୂଳକ ବିଜୟ

ରାଓ୍ବଲପିଣ୍ଡି, ୪।୧୧: ପାକିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଜିମ୍ବାଓ୍ବେ ସୁପର ଓଭରରେ ବିଜୟୀ ହୋଇଛି। ଟସ୍‌ ଜିତି ଜିମ୍ବାଓ୍ବେ ପ୍ରଥମେ ବ୍ୟାଟିଂ କରି ୬ ଉଇକେଟ ହରାଇ ୨୭୮ ରନ କରିଥିଲା। ଜବାବରେ ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ୧୨୫ ରନର ଶତକୀୟ ଇନିଂସ ବଳରେ ୫୦ ଓଭରରେ ୯ ଉଇକେଟ ହରାଇ ସମାନ ୨୭୮ ରନରେ ସୀମିତ ରହିଥିଲା ଓ ମ୍ୟାଚ୍‌ ଟାଇ ହୋଇଥିଲା। ଫଳରେ ସୁପର ଓଭରର ସହାୟତା ନିଆଯାଇଥିଲା ଓ ଏଥିରେ ଜିମ୍ବାଓ୍ବେ ବିଜୟୀ ହୋଇଥିଲା। ପରାସ୍ତ ହୋଇଥିଲେ ମଧ୍ୟ ପାକିସ୍ତାନ ୨-୧ରେ ସିରିଜ ହାତେଇଛି।
ପ୍ରଥମେ ବ୍ୟାଟିଂ କରିଥିବା ଜିମ୍ବାଓ୍ବେ ତରଫରୁ ସିନ୍‌ ଓ୍ବିଲିୟମ୍ସ ସର୍ବାଧିକ ଅପରାଜିତ ୧୧୮ ରନର ଶତକୀୟ ପାଳି ଖେଳିଥିଲେ। ଉଇକେଟକିପର ବ୍ୟାଟ୍ସମ୍ୟାନ ବ୍ରେଣ୍ଡନ ଟେଲର ୫୬, ସିକନ୍ଦର ରାଜା ୪୫, ଓ୍ବେସଲି ମାଧେଭେର ୩୩ ରନ ସଂଗ୍ରହ କରିଥିଲେ। ବୋଲିଂରେ ପାକିସ୍ତାନର ମହମ୍ମଦ ହାସ୍‌ନେନ ସର୍ବାଧିକ ୫ ଓ ଓ୍ବାହାବ ରିୟାଜ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ଅପରପକ୍ଷରେ ପାକିସ୍ତାନ ତରଫରୁ ବାବର ୧୨୫, ଓ୍ବାହାବ ରିୟାଜ ୫୨, ଖୁସ୍‌ଦିଲ ଶାହା ୩୩ ରନ ସଂଗ୍ରହ କରିଥିଲେ ଓ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଜିମ୍ବାଓ୍ବେର ବ୍ଲେସିଂ ମୁଜାରବାନି ସର୍ବାଧିକ ୫, ରିଚାର୍ଡ ଏନ୍‌ଗାରାଭା ଓ ଡୋନାଲ୍ଡ ତିରିପାନୋ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଜିମ୍ବାଓ୍ବେ ୫୦ ଓଭରରେ ୨୭୮/୬
(ଓ୍ବିଲିୟମ୍ସ-୧୧୮*, ଟେଲର-୫୬, ରାଜା-୪୫, ମାଧେଭେର-୩୩, ହାସନେନ-୫/୨୬)।
ପାକିସ୍ତାନ ୫୦ ଓଭରରେ ୨୭୮/୯
(ବାବର-୧୨୫, ରିୟାଜ-୫୨, ଖୁସ୍‌ଦିଲ-୩୩, ମୁଜାରବାନି-୫/୪୯, ଏନ୍‌ଗାରାଭା- ୨/୬୨, ତିରିପାନୋ- ୨/୩୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

୬ ବଲ୍‌ରେ ୫ ଉଇକେଟ୍‌ ନେଇ କ୍ରିକେଟ୍‌ ଜଗତରେ ହଇଚଇ କଲେ ଏହି କ୍ରିକେଟର୍‌: ପ୍ରଥମଥର ଘଟିଲା…

ଜାକର୍ତ୍ତା,୨୩।୧୨: ଟି-୨୦ କ୍ରିକେଟରେ ପାଞ୍ଚ ଉଇକେଟ ହାସଲ କରିବା ପ୍ରତ୍ୟେକ ବୋଲରଙ୍କ ସ୍ବପ୍ନ, କାରଣ ଚାରି ଓଭର ସ୍ପେଲରେ ଏହି ସଫଳତା ହାସଲ କରିବା ଅତ୍ୟନ୍ତ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri