Posted inଜାତୀୟ

ନଭେମ୍ବର ୧୦ ପରେ ତେଜସ୍ୱୀଙ୍କ ଆଗରେ ମୁଣ୍ଡ ଟେକି ଚାଲିପାରିବେନି ନୀତୀଶ: ଚିରାଗ

ପାଟନା,୫ ।୧୧: ବିହାର ବିଧାନସଭା ନିର୍ବାଚନର ତୃ୍‌ତୀୟ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଶନିବାର ଅର୍ଥାତ୍ ନଭେମ୍ବର ୭ରେ ଅନୁଷ୍ଠିତ ହେବ । ଏଥିପାଇଁ ଗୁରୁବାର ୧୫ ଜିଲାର ୭୮ ଆସନ ପାଇଁ ଶେଷ ପ୍ରଚାର ଦିବସ । ତେଣୁ ଏବେ ସବୁ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀଙ୍କ ପାଇଁ ସମସ୍ତ ବଳ ଖର୍ଚ୍ଚ କରୁଥିବା ଦେଖାଯାଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଭୋଟ ଗ୍ରହଣର ୪୮ ଘଣ୍ଟା ପୂର୍ବରୁ ପ୍ରଚାର କାର୍ଯ୍ୟ ଶେଷ କରାଯିବ । ଏହି କ୍ରମରେ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ର ଅଧ୍ୟକ୍ଷ ଚିରାଗ ପାଶୱନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ପୁଣିଥରେ ଟାର୍ଗେଟ କରିଛନ୍ତି । ଚିରାଗ କହିଛନ୍ତି ନଭେମ୍ବର ୧୦ ତାରିଖ ପରେ ନୀତୀଶ ଆର୍‌ଜେଡି ନେତା ତେଜସ୍ୱୀ ଯାଦବଙ୍କ ସାମ୍ନାରେ ମୁଣ୍ଡ ଟେକି ଚାଲି ପାରିବେ ନାହିଁ । ପୂର୍ବରୁ ଯେଉଁ ପ୍ରଧାନମନ୍ତ୍ରୀଙ୍କୁ ନୀତୀଶ ଗାଳି କରି ଚାଲିଥିଲେ ଏବେ ସେହି ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ମଞ୍ଚ ୁପରେ ନତ ମସ୍ତକ ହୋଇ ଚାଲିଛନ୍ତି । ତେଣୁ ମୁଖ୍ୟମନ୍ତ୍ରୀ ଆସନ ପାଇଁ ଆପଣଙ୍କ ଲୋଭ ଓ ପ୍ରେମ ସ୍ପଷ୍ଟ ବାରି ହୋଇ ପଡୁଛି । ନଭେମ୍ବର ୩ରେ ନୀତୀଶଙ୍କ ରାଲିରେ ଯେଉଁ ପିଆଜ ମାଡ ହୋଇଥିଲା ତାକୁ ନେଇ ଚିରାଗ କହିଛନ୍ତି, ରାଜ୍ୟବାସୀଙ୍କ ଦୁଃଖଦୁର୍ଦ୍ଦଶା ବୁଝିବା ପରିବେର୍ତ୍ତେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଯେଉଁଭଳି ଢଙ୍ଗରେ କହିଥିଲେ ଫୋପାଡ ଆହୁରି ଫୋପାଡ ଏହା ଆଦୌ ଗ୍ରହଣଯୋଗ୍ୟ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri