Posted inଖେଳ

ଏଥର ଆଇପିଏଲ୍‌ରେ ଗେଲ୍‌ ନୁହେଁ, ଏହି ଖେଳାଳି ‘ଛକା କିଙ୍ଗ୍‌’

ଦୁବାଇ, ୬।୧୧: ଆଇପିଏଲରେ ସର୍ବାଧିକ ଛକା ମାରିଥିବା ଖେଳାଳିଙ୍କ ବିଷୟରେ ଯଦି ଆଲୋଚନା ହୁଏ, ତେବେ ଦର୍ଶକଙ୍କ ମନରେ ପ୍ରଥମେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ କ୍ରିସ ଗେଲ୍‌ଙ୍କ ନାଁ ଆସେ। ଆଇପିଏଲର ପ୍ରାୟ ପ୍ରତ୍ୟେକ ସିଜିନ୍‌ରେ ଗେଲ ସର୍ବାଧିକ ଛକା ମାରିଥାନ୍ତି। ସେ ଏପର୍ଯ୍ୟନ୍ତ ଆଇପିଏଲରେ ୩୪୯ ଛକା ମାରିଛନ୍ତି। ଏଥର ଗେଲଙ୍କ ଦଳ ପଞ୍ଜାବ କିଙ୍ଗସ ଏକାଦଶ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିପାରି ନାହିଁ। ତେଣୁ ଏଥର ମୁମ୍ବାଇ ଇଣ୍ଡିଆନ୍ସର ୨୨ ବର୍ଷୀୟ ଇଶାନ କିଶନ ସର୍ବାଧିକ ଛକା ମାରିଥିବା ତାଲିକାରେ ସର୍ବାଗ୍ରେ ଅଛନ୍ତି। ଏହି ସିଜିନରେ ଇଶାନ ଏପର୍ଯ୍ୟନ୍ତ ୨୯ ଛକା ମାରିଛନ୍ତି। ଚଳିତ ଆଇପିଏଲ ସିଜନରେ ସଞ୍ଜୁ ସାମସନ ସର୍ବାଧିକ ଛକା ଦୌଡ଼ରେ ଆଗୁଆ ରହିଥିଲେ। ସେ ୧୪ ଇନିଂସରେ ୨୬ ଛକା ମାରିଥିଲେ। କିନ୍ତୁ ଇଶାନ ଗୁରୁବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୩ ଛକା ମାରି ସାମସନଙ୍କ ରେକର୍ଡ ଭାଙ୍ଗିଛନ୍ତି। ଏପର୍ଯ୍ୟନ୍ତ ଇଶାନ ମୋଟ ୨୯ଟି ଛକା ଅଛି। ଏହି ତାଲିକାରେ ମୁମ୍ବାଇ ଇଣ୍ଡିଆନ୍ସର ହାର୍ଦ୍ଦିକ ପାଣ୍ଡ୍ୟା ତୃତୀୟ ସ୍ଥାନରେ ଅଛନ୍ତି। ସେ ଏପର୍ଯ୍ୟନ୍ତ ୨୫ଟି ଛକା ମାରିଛନ୍ତି। ଚଳିତ ବର୍ଷ ଗେଲ ମାତ୍ର ୭ ଇନିଂସରେ ୨୩ ଛକା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri