ମୂଲ୍ୟବୋଧ ସହ ସାଲିସ କରି ନ ଥିଲେ ପ୍ରଦ୍ୟୁମ୍ନ: ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସମାଜବାଦୀ ନେତା ତଥା ଦୈନିକ ଖବରକାଗଜ ‘ପ୍ରଗତିବାଦୀ’ର ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ଜୟନ୍ତୀ ଅବସରରେ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଦ୍ୟୁମ୍ନ ବଳ ଜୟନ୍ତୀ ସମାରୋହ କମିଟି ପକ୍ଷରୁ ଅନୁଷ୍ଠିତ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଣେ ଛାତ୍ର ନେତା ଭାବେ ଜୀବନ ଆରମ୍ଭ କରି ପ୍ରଦ୍ୟୁମ୍ନବାବୁ ରାଜନୀତି, ସମାଜସେବା ଓ ସାମ୍ବାଦିକତାରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଯାଇଛନ୍ତି। ଜୀବନରେ ସେ ସବୁବେଳେ ମୂଲ୍ୟବୋଧ ଉପରେ ଗୁରୁତ୍ୱ ଦେଇଆସିଛନ୍ତି। ଏଥିସହ ସେ କେବେ ବି ସାଲିସ କରିନାହାନ୍ତି। ତାଙ୍କ ଉଦ୍ୟମ ଯୋଗୁ ପ୍ରଗତିବାଦୀ ଏକ ସାପ୍ତାହିକରୁ ଦୈନିକ ଖବରକାଗଜରେ ପରିଣତ ହୋଇ ନିଜର ସ୍ଥିତିକୁ ମଜଭୁତ କରିପାରିଛି। ପ୍ରଗତିବାଦୀ ପକ୍ଷରୁ ଗରିବ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ପ୍ରଦ୍ୟୁମ୍ନ ବଳ ରିଲିଫ୍‌ କମିଟି ଗଠନ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ ଧନ୍ୟବାଦ ଜଣାଇଥିଲେ। ବର୍ତ୍ତମାନ ସମାଜ ଆଗକୁ ବଢୁଛି। ବିଭିନ୍ନ କ୍ଷେତ୍ରରେ ପରିବର୍ତ୍ତନ ଘଟୁଛି। ପରିବର୍ତ୍ତନ ସହ ମୂଲ୍ୟବୋଧର ସୁରକ୍ଷା ପ୍ରତି ଧ୍ୟାନ ଦେଲେ ଏହା ସମସ୍ତଙ୍କ ପାଇଁ ଉପଯୋଗୀ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ବିଶିଷ୍ଟ ସମାଜସେବୀ କ୍ରିଷ୍ଣାରାଣୀ ବୋଷଙ୍କୁ ‘ପ୍ରଦ୍ୟୁମ୍ନ ବଳ ସମ୍ମାନ’ ପ୍ରଦାନ କରାଯାଇଥିବାବେଳେ ୧୦ଜଣ କୋଭିଡ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ।
ବିଶିଷ୍ଟ ଅତିଥିଭାବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଦ୍ୟୁମ୍ନ ବଳଙ୍କ ବ୍ୟକ୍ତିତ୍ୱ ସମ୍ପର୍କରେ କହିଥିଲେ। ମୁଖ୍ୟବକ୍ତା ଭାବେ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ଓ ସମ୍ମାନିତ ଅତିଥିଭାବେ ନଗର ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇଥିଲେ। ପ୍ରଦ୍ୟୁମ୍ନ ବଳ ମେମୋରିଆଲ ଟ୍ରଷ୍ଟର ଟ୍ରଷ୍ଟି ତଥା ଏମ୍‌ପି ଡ. ଅଚ୍ୟୁତ ସାମନ୍ତ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିବାବେଳେ ପ୍ରଗତିବାଦୀର ଡାଇରେକ୍ଟର ଡ. ମୋନାଲିସା ବଳ ଧନ୍ୟବାଦ ଦେଇଥିଲେ। ଶରଣାରବିନ୍ଦ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ସବୁଠାରୁ ବଡ଼ ନ୍ୟୁଜ ନେଟୱାର୍କ, CNN ର ଭବିଷ୍ୟତ କ’ଣ ହେବ? ଟ୍ରମ୍ପଙ୍କ ଚାପ ପରେ ଉଠିଲାଣି ପ୍ରଶ୍ନ

ଓ୍ବାଶିଂଟନ,୧୮।୧୨: CNN ଏକ ଅନିଶ୍ଚିତ ଭବିଷ୍ୟତର ସମ୍ମୁଖୀନ ହେଉଛି, ଏହାର ମୂଳ କମ୍ପାନୀ, ୱାର୍ନର ବ୍ରଦର୍ସ ଡିସ୍କଭରୀ (WBD), ଏକ ସମ୍ଭାବ୍ୟ ଅଧିଗ୍ରହଣର ସମ୍ମୁଖୀନ ହେଉଛି।...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

ଭାରତୀୟ ରେଲଓ୍ବେର ନୂଆ ରେକର୍ଡ, ଯାହା ବ୍ରିଟେନ-ଋଷ କରିପାରିନଥିଲେ…

ନୂଆଦିଲ୍ଲୀ,୧୮।୧୨: ଦେଶର ଜୀବନରେଖା ଭାବେ ବିବେଚିତ ଭାରତୀୟ ରେଳବାଇ ଏକ ମାଇଲଖୁଣ୍ଟ ହାସଲ କରିଛି । ଯାହା ବିଶ୍ୱର ପ୍ରମୁଖ ରେଳ ଶକ୍ତିଗୁଡ଼ିକୁ ମଧ୍ୟ ପଛରେ...

ଦୁଇ ବିଶାଳ ହାତୀଙ୍କ ଭୟଙ୍କର ଲଢ଼େଇ: ବଦଳିଗଲା ଜଙ୍ଗଲ, ଚାରିଆଡ଼ ହେଲା ଧୂଳିମୟ, ଭିଡିଓ ଦେଖିଲେ…

ଜଙ୍ଗଲ ଦୁନିଆ ଯେତିକି ରୋମାଞ୍ଚକର ସେତିକି ଆଶ୍ଚର୍ଯ୍ୟଜନକ ମଧ୍ୟ। ଅନେକ ସମୟରେ ଏଠାରେ ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥାଏ, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ ଏବଂ...

ଅତିରଞ୍ଜିତ କରି ଏମିତି କଥା କହିଲେ ଟ୍ରମ୍ପ, ମୁଣ୍ଡରେ ହାତ ଦେଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ତାଙ୍କ ବୟାନ ପାଇଁ ଚର୍ଚ୍ଚାରେ ଅଛନ୍ତି। ଦେଶକୁ ସମ୍ବୋଧିତ କରି ସେ କହିଛନ୍ତି, ତାଙ୍କର ନିଷ୍ପତ୍ତି ଏବଂ...

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri