Posted inଖେଳ

ଏହି ଅଭିନେତ୍ରୀଙ୍କ ପ୍ରେମରେ ଉବୁଟୁବୁ ପୃଥ୍ବୀ ଶ’

ଭାରତୀୟ ଦଳର ଯୁବ ବ୍ୟାଟ୍ସ ବ୍ୟାଟ୍ସମ୍ୟାନ୍‌ ପୃଥ୍ବୀ ଶ ନିଜର ୨୧ତମ ଜନ୍ମଦିନ ପାଳନ କରିଛନ୍ତି। ଏବେ ୟୁଏଇରେ ଆଇପିଏଲରେ ବ୍ୟସ୍ତ ଥିବା ଶ’ଙ୍କୁ ଅନେକ ପ୍ରଶଂସକ ଏବଂ ସାଥୀ ଖେଳାଳି ଜନ୍ବଦିନ ଶୁଭେଚ୍ଛା ଜଣାଇଛନ୍ତି। କିନ୍ତୁ ତାଙ୍କର ଜଣେ ଖଶସ୍‌ ବନ୍ଧୁ ଶ’ଙ୍କୁ ନିଆରା ଢଙ୍ଗରେ ଜନ୍ମଦିନ ଶୁଭେଚ୍ଛା ଜଣାଇଥିଲେ। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଶ’ଙ୍କ ଖାସ୍‌ ବନ୍ଧୁ ଜଣଙ୍କ ହେଉଛନ୍ତି ଅଭିନେତ୍ରୀ ପ୍ରାଚୀ ସିଂ। ମାତ୍ର ୧୮ ବର୍ଷ ବୟସରେ ଟେଷ୍ଟ ଡେବ୍ୟୁ ମ୍ୟାଚ୍‌ରେ ଶତକ ହାସଲ କରିଥିବା ପୃଥ୍ବୀ ଶ’ ଏବେ ଏହି ଅଭିନେତ୍ରୀଙ୍କ ପ୍ରେମରେ ପଡିଥିବା ଚର୍ଚ୍ଚା ହେଉଛି। ପ୍ରାଚୀ ଶ’ଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏକ ଲଭ୍‌ ଇମୋଜୀ ଦେଇଥିଲେ। ପୂର୍ବରୁ ମଧ୍ୟ ସୋସିଆଲ ମିଡିଆରେ ବାର୍ତ୍ତାଳାପ ଦେଖି ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ଆଲୋଚନା ହେଉଛି। ପୂର୍ବରୁ ଶ’ ଏବଂ ପ୍ରାଚୀଙ୍କ ମଧ୍ୟରେ ବେଶ୍‌ ଭଲ ବନ୍ଧୁତା ଥିବା ଜଣାପଡିଛି। କ୍ରିକେଟରୁ ସମୟ ମିଳିଲେ ପ୍ରାଚୀଙ୍କ ସହ ବୁଲିବାକୁ ଯାଆନ୍ତି ଶ’। ଗତକିଛିଦିନ ତଳେ ପ୍ରାଚୀଙ୍କ ସହ ଶ’ ଥଟ୍ଟାମଜା କରୁଥିବା ଚାଟ୍‌ ଏବେ ଭାଇରାଲ ହୋଇଛି। ଭଭୟ ପରସ୍ପରକୁ ମିସ୍‌ କରୁଥିବା ମଧ୍ୟ କହିଛନ୍ତି। ସୂଚନାଯୋଗ୍ୟ, ଟିମ ଇଣ୍ଡିଆର ପରବର୍ତ୍ତୀ ସୁପରଷ୍ଟାର ଭାବରେ ଶ’ଙ୍କୁ ସଚିନ ତେନ୍ଦୁଲକର ଏବଂ ବ୍ରାଏନ ଲାରାଙ୍କ ଭଳି କିମ୍ବଦନ୍ତୀ ସହିତ ତୁଳନା କରାଯାଏ। ତେବେ ଆହତ କାରଣରୁ ଶ’ କିଛି ଦିନ ପାଇଁ କ୍ରିକେଟରୁ ଦୂରେଇ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri