Posted inଖେଳ

ଆଲିଆ ପିସିବିର ପ୍ରଥମ ମହିଳା ନିର୍ଦ୍ଦେଶକ

ଇସ୍‌ଲାମାବାଦ୍‌, ୧୧ା୧୧ (ଏପି)- ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପ୍ରଥମ ଥର ଜଣେ ମହିଳା ନିର୍ଦ୍ଦେଶକଙ୍କୁ ନିଯୁକ୍ତି ଦେଇଛି। ପିସିବିର ୪ଜଣ ନୂଆ ନିର୍ଦ୍ଦେଶକଙ୍କ ମଧ୍ୟରେ ମାନବ ସମ୍ବଳ କାର୍ଯ୍ୟନିର୍ବାହୀ ଆଲିଆ ଜାଫର ଅନ୍ୟତମ। ଅନ୍ୟ ୩ଜଣ ହେଲେ ଫାଇନାନ୍ସ ଏକଜ୍ୟୁଟିଭ୍‌ ଜାଭେଦ୍‌ କୁରେଶି, ଇକୋନୋମିଷ୍ଟ ଅସିମ ଓ୍ବାଜିଦ୍‌ ଜାଓ୍ବାଦ ଏବଂ କର୍ପୋରେଟ୍‌ ଏକ୍‌ଜ୍ୟୁଟିଭ୍‌ ଅରିଫ୍‌ ସଇଦ୍‌। ଜାଫର ଓ ଜାଓ୍ବାଦଙ୍କ କାର୍ଯ୍ୟକାଳ ୨ ବର୍ଷ ରଖାଯାଇଛି। ବୋର୍ଡ ଅଫ୍‌ ଗଭରନର୍ସର ୪ ସ୍ବାଧୀନ ନିର୍ଦ୍ଦେଶକଙ୍କ ମଧ୍ୟରେ ଅତିକମ୍‌ରେ ଜଣେ ମହିଳାଙ୍କୁ ନିଯୁକ୍ତି ବାଧ୍ୟତାମୂଳକ ବୋଲି ପିସିବିର ନୂଆ ସମ୍ବିଧାନରେ ବ୍ୟବସ୍ଥା ରହିଛି। ଦେଶର ପ୍ରଥମଶ୍ରେଣୀ କ୍ରିକେଟରେ ଏଣିକି କେବଳ ୬ଟି ପ୍ରାଦେଶିକ ଟିମ୍‌ ବେଲୁଚିସ୍ତାନ, ସେଣ୍ଟ୍ରାଲ ପଞ୍ଜାବ, ସଦର୍ନ ପଞ୍ଜାବ, ଖାଇବର ପାଖତୁନଖ୍ବା, ସିନ୍ଧ୍‌ ଓ ନର୍ଦନ ଅଂଶଗ୍ରହଣ କରିବେ। ପାକିସ୍ତାନରେ ୫୦ ବର୍ଷରୁ ଅଧିକ ସମୟ ଧରି ସହର ଭିତ୍ତିକ ଦଳ ସହ ବ୍ୟାଙ୍କଗୁଡ଼ିକ ପ୍ରଥମଶ୍ରେଣୀ ଟୁର୍ନାମେଣ୍ଟଗୁଡ଼ିକରେ ଭାଗନେଇ ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri