ପୂର୍ବଶତ୍ରୁତାକୁ ନେଇ ହତ୍ୟାକାଣ୍ଡ: ଚାଲିଗଲା ୨ ଜୀବନ

ସମ୍ବଲପୁର, ୧୧।୧୧ (ବ୍ୟୁରୋ): ସମ୍ବଲପୁର ବୁର୍ଲା ଥାନା ସେଣ୍ଟ୍ରାଲ ଲେନ୍‌ରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ଗୋଟିଏ ପରିବାରର ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ମୃତକଦ୍ୱୟ ହେଲେ ବୁଲୁ ବିଶୋଇ (୩୪) ଓ ମୁନା ବିଶୋଇ (୩୦) । ସେହିପରି ବୁଲୁଙ୍କ ବାପା ଓ କାକା ଗୁରୁତର ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ମଙ୍ଗଳବାର ବିଳମ୍ବିତ ରାତିରେ ଏକ କାରରେ କିଛି ଦୁର୍ବୃତ୍ତ ଆସି ବୁଲୁ ଓ ତାଙ୍କ ପରିବାର ସଦସ୍ୟଙ୍କୁ ଆକ୍ରମଣ କରି ଫେରାର ହୋଇଯାଇଥିଲେ । ଖବର ପାଇ ପୋଲିସ ପହଞ୍ଚି ଘଟଣାସ୍ଥଳରୁ ଭୁଜାଲି, କାଚ ବୋତଲ ଭଳି ମାରଣାସ୍ତ୍ର ଜବତ କରିଛି। ସମ୍ବଲପୁର ଏସ୍‌ପି କନୱର ବିଶାଳ ସିଂ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି ।
ସେ କହିଛନ୍ତି ଯେ, ଏହି ହତ୍ୟାକାଣ୍ଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଘଟଣାରେ ୪ଜଣ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖିଛି । ବିଭିନ୍ନ ସ୍ଥାନରେ ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ପୋଲିସ ଚଢ଼ାଉ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri