କାଳିଆ ଯୋଜନା ନାଁରେ ମହିଳାଙ୍କୁ ଠକେଇ, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଚଢ଼େୟାଗରଦ ଗ୍ରାମର ନିରୀହ ଆଦିବାସୀ ମହିଳା ଚାଷୀଙ୍କୁ କାଳିଆ ଯୋଜନାରେ ଆର୍ଥିକ ସହାୟତା କରାଇ ଦେବାକୁ କହି ୩୯ ହଜାର ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମର ସୁରେଖା ମଲ୍ଲିକ, ଦ୍ରୌପଦୀ ମଲ୍ଲିକ, ଗୁଦୁ ମଲ୍ଲିକଙ୍କଠାରୁ ୧୦ ହଜାର ଲେଖାଏ ଏବଂ ବାଙ୍କି ମଲ୍ଲିକଙ୍କ ଠାରୁ ୯ ହଜାର ଟଙ୍କା ଏଭଳି ମୋଟ୍‌ ୩୯ ହଜାର ଟଙ୍କା ଗରିବ ଆଦିବାସୀ ମହିଳା ଚାଷୀଙ୍କଠାରୁ ଅଭିନବ ଉପାୟରେ ଠକେଇ କରିଥିବା ଜଣେ ଯୁବକଙ୍କୁ ଦିଗପହଣ୍ଡି ପୋଲିସ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଦିଗପହଣ୍ଡି ବ୍ଳକ ସାନ ଡୁମ୍ବୁଳା ଗ୍ରାମର କୃଷ୍ଣ ସେଠୀ। କେସ୍‌ ନଂ. ୨୬୫/୨୦ ଅନୁଯାୟୀ ଜାମିନ ଆବେଦନ ଖାରଜ ହୋଇଯିବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ଅଭିଯୁକ୍ତ କୃଷ୍ଣ ଗତ ୨୦୧୮ ଅକ୍ଟୋବର ୨୦ରେ ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁଙ୍କ ଜାଲ ଦସ୍ତଖତ କରି ତାଙ୍କ ନାଁରେ ଥିବା ଏକ ଜାତୀୟ ବ୍ୟାଙ୍କରୁ ତିତ୍‌ଲି କ୍ଷତିପୂରଣ ଜମାଖାତାରୁ ୩ ଲକ୍ଷ ୨୮୪୦୦ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। ଏନେଇ ତହସିଲଦାରଙ୍କ ଏତଲା କ୍ରମେ ଦିଗପହଣ୍ଡି କେସ୍‌ ନଂ.୧୮୪/୧୮ ଅନୁଯାୟୀ ଅଭିଯୁକ୍ତଙ୍କୁ ଗିରଫ କରି ସେ ପୋଲିସ କୋର୍ଟ ଚାଲାଣ କରିଥିଲା। ଜାମିନରେ ମୁକୁଳିବା ପରେ ପୁଣି ଥରେ ଏଭଳି ଠକେଇ କରି ଧରାପଡ଼ିଥିବାରୁ ଏହା ପଛରେ ଏକ ବଡ଼ଧରଣର ରାକେଟ କାମ କରୁଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri