୨ ଲକ୍ଷ କୋଟିର ପିଏଲ୍‌ଆଇ ସ୍କିମ୍‌କୁ କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ: ୨ ଲକ୍ଷ କୋଟି ଟଙ୍କାର ଉତ୍ପାଦନ ସଂଯୋଗୀ ପ୍ରୋତ୍ସାହନ ନିବେଶ (ପିଏଲ୍‌ଆଇ) ଯୋଜନାକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଦେଶ ମଧ୍ୟରେ ମାନୁଫାକ୍‌ଚରିଂକୁ ଉତ୍ସାହିତ କରିବା ଲାଗି ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ୧୦ଟି କ୍ଷେତ୍ର ଲାଭବାନ ହେବେ ବୋଲି ଜଣାପଡିଛି। କ୍ୟାବିନେଟ ବୈଠକ ପରେ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି, ଘରୋଇ ବଜାରରୁ ରପ୍ତାନି ବୃଦ୍ଧି ଏବଂ ମାନୁଫାକ୍‌ଚରିଂ କ୍ଷମତାକୁ ବଢାଇବା ଦିଗରେ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହି ଯୋଜନା ଦ୍ୱାରା ଭାରତୀୟ ଶିଳ୍ପଗୁଡିକ ବିଶ୍ୱ ସ୍ତରରେ ନିଜକୁ ଆହୁରି ପ୍ରତିଦ୍ୱନ୍ଦ୍ୱୀ କରାଇପାରିବେ। ଉଭୟ ରପ୍ତାନି ଏବଂ ନିବେଶ ଏହାଦ୍ୱାରା ବଢିପାରିବ ବୋଲି ଜାଭଡେକର ମତ ରଖିଛନ୍ତି। ଯୋଜନା ଅନ୍ତର୍ଗତ ଲାଭବାନ ହେବାକୁ ଥିବା କ୍ଷେତ୍ର ମଧ୍ୟରେ ଆଡଭାନ୍ସ କେମିଷ୍ଟ୍ରି ସେଲ୍‌ ବ୍ୟାଟେରି, ଇଲେକଟ୍ରୋନିକ୍ସ ପ୍ରଡକ୍ଟ, ଅଟୋମୋବାଇଲ ଏବଂ ଅଟୋ କମ୍ପୋନେଣ୍ଟ, ଫାର୍ମା, ଟେଲିକମ ଏବଂ ନେଟ୍‌ଓ୍ବାର୍କିଂ ପ୍ରଡକ୍ଟ, ହ୍ବାଇଟ ଗୁଡ ଏବଂ ସ୍ବତନ୍ତ୍ର ଷ୍ଟିଲ ସାମିଲ ରହିଛି। କେନ୍ଦ୍ର ସରକାର ପୂର୍ବରୁ ମଧ୍ୟ ଏଭଳି ଯୋଜନା ସମ୍ପର୍କରେ ଘୋଷଣା କରିଥିଲେ। ଏହା କେବଳ ଇଲେକଟ୍ରୋନିକ୍ସ ମାନୁଫାକଚରିଂ କ୍ଷେତ୍ର ଲାଗି ଉଦ୍ଦିଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri