Posted inଜାତୀୟ

ତୃଣମୂଳରେ ଫାଟ ଆଶଙ୍କା: କ୍ୟାବିନେଟ୍‌ ବୈଠକରେ ଯୋଗ ଦେଲେନି ମନ୍ତ୍ରୀ ଶୁଭେନ୍ଦୁ

କୋଲକାତା,୧୨।୧୧: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାରରେ ସଙ୍କଟ ସୃଷ୍ଟି ହେବାର ଆଶଙ୍କା ବଢ଼ିବାରେ ଲାଗିଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତ ପରେ ମମତାଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିବା ଶୁଭେନ୍ଦୁ ଅଧିକାରୀଙ୍କ ହାବଭାବରେ ବହୁ ପରିବର୍ତ୍ତନ ହୋଇଛି। ୩ ଦିନ ତଳେ ସେ ନନ୍ଦିଗ୍ରାମରେ ଏକ ଅଲଗା ରାଲି କରିଥିଲେ। ରାଲିରେ ମମତାଙ୍କ ପୋଷ୍ଟର ନ ଥିଲା କି ତୃଣମୂଳ ବ୍ୟାନର ବି ନ ଥିଲା। ଏନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ଗୁରୁବାର ଆୟୋଜିତ କ୍ୟାବିନେଟ୍‌ ବୈଠକରେ ଶୁଭେନ୍ଦୁ ଅନୁପସ୍ଥିତ ରହିବା ନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ଅନ୍ୟ ୩ ମନ୍ତ୍ରୀ ରାଜୀବ ବାନାର୍ଜୀ, ଗୌତମ ଦେବ ଏବଂ ରବୀନ୍ଦ୍ରନାଥ ଘୋଷ ମଧ୍ୟ ବୈଠକରେ ଯୋଗଦେଇ ନାହାନ୍ତି। ଗୌତମ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ରବୀନ୍ଦ୍ର ଅସୁସ୍ଥ ଥିବା କୁହାଯାଉଛି।ଭାଜପାରେ ଯୋଗଦେବା ପାଇଁ ଦଳ ପକ୍ଷରୁ ଶୁଭେନ୍ଦୁଙ୍କୁ ଅଫର ଦିଆ ସରିଛି। ଶୁଭେନ୍ଦୁ ଭାଜପାରେ ଯୋଗ ଦେବେ କି ବୋଲି ପ୍ରଶ୍ନର ଉତ୍ତରରେ ରାଜ୍ୟ ଭାଜପା ପକ୍ଷରୁ ମନା କରାଯାଇ ନାହିଁ। ମାତ୍ର ଭାଜପାର ବରିଷ୍ଠ ନେତା ନୀରବତା ଅବଲମ୍ବନ କରିଛନ୍ତି। ସୂଚନାଯୋଗ୍ୟ, ୨୦୨୧ରେ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବ। ଏହା ପୂର୍ବରୁ ତୃଣମୂଳ କଂଗ୍ରେସରେ ବିଦ୍ରୋହ ନେଇ ମମତାଙ୍କୁ ଚିନ୍ତା ବଢ଼ିବାରେ ଲାଗିଛି


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri