Posted inଜାତୀୟ

ଟୁଇଟର୍‌କୁ ନୋଟିସ୍‌ ପଠାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୧୩।୧୧: ଲେହକୁ ଲଦାଖ ପରିବର୍ତ୍ତେ ଜମ୍ମୁ-କଶ୍ମୀରର ଏକ ଅଂଶ ଦେଖାଇବାକୁ ନେଇ କେନ୍ଦ୍ର ସରକାର ଟୁଇଟରକୁ ନୋଟିସ ଜାରି କରିଛନ୍ତି ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ ଦେଇଛନ୍ତି। କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟର ନଭେମ୍ବର ୯ରେ ଟୁଇଟରର ବିଶ୍ୱ ଉପାଧ୍ୟକ୍ଷଙ୍କୁ ପଠାଯାଇଥିବା ବିଜ୍ଞପ୍ତିରେ କହିଛି ଯେ ଭାରତୀୟ ସଂସଦର ସାର୍ବଭୌମତ୍ୱ ପାଇଁ ଇଚ୍ଛାଶକ୍ତିକୁ କ୍ଷୁର୍ଣ୍ଣ କରିବାକୁ ଏହା ଏକ ପ୍ରୟାସ। ସୂଚନାଯୋଗ୍ୟ, ଲଦାଖକୁ କେନ୍ଦ୍ର ଶାସିତ ରାଜ୍ୟ ଭାବରେ ଘୋଷଣା କରାଯାଇଛି ଏବଂ ଲେହ ଏହାର ମୁଖ୍ୟାଳୟ ଅଟେ। କିନ୍ତୁ ଟୁଇଟର ଲେହକୁ ଜମ୍ମୁ କଶ୍ମୀରର ଏକ ଅଂଶ ବୋଲି ବର୍ଣ୍ଣନା କରିଛି। ଭୁଲ ମାନଚିତ୍ର ଦେଖାଇ ଭାରତର ଅଖଣ୍ଡତା ସହିତ ଖେଳିବା ପାଇଁ କାହିଁକି ଚେଷ୍ଟା କରାଯାଉଛି ଏବଂ ଏହାର କର୍ମଚାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ ନୁହେଁ ବୋଲି ୫ ଦିନ ମଧ୍ୟରେ ମନ୍ତ୍ରଣାଳୟ ଟୁଇଟରକୁ କହିଥିଲା। ଟୁଇଟରର ଏଭଳି ଭୁଲ ପାଇଁ ଆଇଟି ଆକ୍ଟର ଧାରା ୬୯ଏ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ନିୟମ ଅନୁଯାୟୀ ସମ୍ପୃକ୍ତ କର୍ମଚାରୀଙ୍କୁ ୬ ମାସ ଜେଲ ହୋଇପାରିବ। ଉଲ୍ଲେଖନୀୟ କଥା ହେଉଛି, ପୂର୍ବରୁ ଏକ ଲାଇଭ ପ୍ରସାରଣରେ ଟୁଇଟର ଲେହକୁ ଚାଇନର ଅଂଶ ଦେଖାଇଥିଲା। ଏହା ପରେ ଆଇଟି ମନ୍ତ୍ରଣାଳୟ ଟୁଇଟର ସିଇଓ ଜ୍ୟାକ ଡୋର୍ସିଙ୍କୁ ଚିଠି ଲେଖି ଏହାର ଦୃଢ ଆପତ୍ତି ପ୍ରକାଶ କରିଥିଲା। ପରେ ଯୁଗ୍ମ ସଂସଦୀୟ କମିଟି ଆଗରେ ଟୁଇଟର ମଧ୍ୟ କ୍ଷମା ପ୍ରାର୍ଥନା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri