Posted inଖେଳ

ଅଷ୍ଟ୍ରେଲିଆରେ ଭାରତୀୟ ଟିମ୍‌ ରହୁଥିବା ହୋଟେଲ୍‌ ନିକଟରେ ଭୟଙ୍କର ବିମାନ ଦୁର୍ଘଟଣା: ଦୌଡ଼ି ଜୀବନ ବଞ୍ଚାଇଲେ..

ନୂଆଦିଲ୍ଲୀ, ୧୫।୧୧: ଆଇପିଏଲ୍‌ ଶେଷ ହେବା ପରେ ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳିବା ପାଇଁ ଭାରତୀୟ ଟିମ୍‌ ସିଡନୀ ଗସ୍ତ କରିଥିଲା। ଶନିବାର ଦଳ ପ୍ରଥମ ଆଉଟ୍‌ଡୋର ସେଶନ ଆରମ୍ଭ କରିଛି। ହେଲେ ଏହି ସମୟରେ ଉକ୍ତ ଅଞ୍ଚଳରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି। ଭାରତୀୟ ଦଳ ରହୁଥିବା ହୋଟେଲଠାରୁ ପ୍ରାୟ ୩୦ କିମି ଦୂରରେ ଏହି ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏ ନେଇ ଜାଣିବା ପରେ ହୋଟେଲରେ ଭୟର ବାତାବରଣ ସୃଷ୍ଟି ହୋଇଛି।

ତେବେ ସିଡନୀର ଅଲିମ୍ପିକ ପାର୍କ ହୋଟେଲରେ ଭାରତୀୟ ଟିମ୍‌ର ଖେଳାଳିମାନଙ୍କ ସହ ସେଠାକାର ସ୍ଥାନୀୟ କ୍ରିକେଟର ଏବଂ ଫୁଟବଲର ଅଛନ୍ତି। ହେଲେ କ୍ରୋମର ପାର୍କରେ ଉକ୍ତ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି।

କ୍ରୋମର ପାର୍କ ନିକଟରେ କ୍ରିକେଟ ଏବଂ ଫୁଟବଲର ମ୍ୟାଚ୍‌ ଖେଳା ଯାଉଥିଲା। ବିମାନଟି ଯାଇ ଉକ୍ତ ପଡ଼ିଆରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଖେଳାଳିମାନେ ବିମାନ ଆସିବା ଦେଖି ସେଠାରୁ ଦୌଡ଼ି ଜୀବନ ବଞ୍ଚାଇଥିଲେ। ପରେ ବିମାନଟି ଏକ ଫ୍ଲାଇଂ ସ୍କୁଲର ବୋଲି ଜଣାପଡ଼ିଥିଲା। ବିମାନରେ ଦୁଇଜଣ ଯାତ୍ରୀ ଥିବା ବେଳେ ସେମାନେ ସୁରକ୍ଷିତ ଅଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

କହିରଖୁଛୁ, ସିଡନୀରେ ପହଞ୍ଚିବା ପରେ ଖେଳାଳିମାନେ ୪୮ ଘଣ୍ଟା କ୍ୱାରାଣ୍ଟାଇନରେ ରହିଥିଲେ। ଏହାପରେ ଶନିବାର ସେମାନେ ଆଉଟ୍‌ଡୋର ଅଭ୍ୟାସ ଆରମ୍ଭ କରିଥିଲେ। ନଭେମ୍ବର ୨୭ରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri