ହ୍ବାଇଟ୍‌ ହାଉସ୍‌ରେ ଟ୍ରମ୍ପ୍‌ ପାଳିଲେ ଦୀପାବଳି, ସମଗ୍ର ବିଶ୍ୱବାସୀଙ୍କୁ ଦେଲେ ଏହି ବାର୍ତ୍ତା

ଓ୍ବାଶିଂଟନ,୧୫ା୧୧: କେବଳ ଭାରତ ନୁହେଁ, ବିଦେଶରେ ମଧ୍ୟ ପାଳନ କରାଯାଇଛି ଆଲୋକର ପର୍ବ ଦୀପାବଳି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସ୍ତ୍ରୀ ମେଲାନିୟା ହ୍ବାଇଟ୍‌ହାଉସ୍‌ରେ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ଶନିବାର ଦୀପାବଳି ଅବସରରେ ଟ୍ରମ୍ପ ଦମ୍ପତି ଦୀପ ଜଳାଇବା ସହ ସମଗ୍ର ବିଶ୍ୱବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ଟ୍ରମ୍ପ ଏବଂ ମେଲାନିୟା ସମସ୍ତଙ୍କୁ ଆଲୋକର ପର୍ବ ଦୀପାବଳି ଅବସରରେ ଶୁଭକାମନା ଜଣାଇଛନ୍ତି। ସେ କହିଛନ୍ତି, ଏହି ଆନନ୍ଦର ପର୍ବରେ ବନ୍ଧୁ, ପଡ଼ୋଶୀ ତଥା ପ୍ରିୟଜନମାନେ ଏକାଠି ହୁଅନ୍ତି। ଏହା ବିଜୟର ଉତ୍ସବ। ଅନ୍ଧକାର ଉପରେ ଆଲୋକ ଏବଂ ଅଜ୍ଞାନତା ଉପରେ ଜ୍ଞାନ ବିଜୟ ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏହି ପର୍ବରେ ଘରେ, ଅଫିସ ଏବଂ ପୂଜାସ୍ଥଳରେ ଦୀପ ପ୍ରଜ୍ୱଳନ କରାଯାଇଥାଏ। ଯାହା ଆମ ଜୀବନର ବିଶ୍ୱାସ ଓ ପରମ୍ପରାର ମୂଳ ଅଟେ ବୋଲି ଟ୍ରମ୍ପ ଦମ୍ପତି କହିଛନ୍ତି।

ଟ୍ରମ୍ପ୍‌ କହିଛନ୍ତିି, ଚଳିତବର୍ଷ ଆମ ବନ୍ଧୁ ଏବଂ ପରିବାରକୁ ସମର୍ଥନ ମିଳିଥିବାରୁ ଆମେ ଧନ୍ୟବାଦ ଦେଉଛୁ। ସମଗ୍ର ବିଶ୍ୱବାସୀଙ୍କ ପାଇଁ ଖୁସି କାମନା କରୁଛୁ। ସମସ୍ତଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇବା ସହ ଏକ ନୂଆ ଆରମ୍ଭର କାମନା କରୁଛୁ ବୋଲି ଟ୍ରମ୍ପ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri