‘ଧାନ ବିକ୍ରି ଉପରେ ନଜର ରଖ’

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜ୍ୟର ସୀମାବର୍ତ୍ତୀ ଜିଲାଗୁଡ଼ିକରେ ଖରିଫ ଧାନ ସଂଗ୍ରହ ନଭେମ୍ବର ଦ୍ବିତୀୟ ସପ୍ତାହରୁ ଆରମ୍ଭ ହୋଇଛି। ଅସାଧୁ ବ୍ୟବସାୟୀଙ୍କ ମାଧ୍ୟମରେ ଚାଷୀ ପଡ଼ୋଶୀ ଛତିଶଗଡ଼ରୁ ଧାନ ଆଣି ଜିଲାର ଧାନସଂଗ୍ରହ କେନ୍ଦ୍ରରେ ଯେପରି ବିକ୍ରି କରି ନ ପାରିବେ ସେଥିଲାଗି ଯାଞ୍ଚ ବ୍ୟବସ୍ଥା କଡ଼ାକଡ଼ି କରିବାକୁ ସୋମବାର ଚିଠିଦ୍ୱାରା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଚଳିତ ଖରିଫ ଧାନ ସଂଗ୍ରହ ସମୟରେ ଧାନ ବେପାରୀ ସୀମାବର୍ତ୍ତୀ ଛତିଶଗଡ଼ରୁ ଧାନ କିଣି ଜିଲାର ସଂଗ୍ରହ କେନ୍ଦ୍ରରେ ସର୍ବନିମ୍ନ ସହାୟକ ମୂଲ୍ୟରେ ବିକ୍ରି କରିବାର ସମ୍ଭାବନା ରହିଛି। ତେଣୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ବରଗଡ଼, ସମ୍ବଲପୁର, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ନବରଙ୍ଗପୁର ଜିଲାର ଜିଲାପାଳଙ୍କୁ ପତ୍ର ଲେଖି ବେନିୟମ ଧାନ ବିକ୍ରି ରୋକିବାକୁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରିବା ପାଇଁ କୁହାଯାଇଛି। ଖରିଫ୍‌ ଧାନ ସଂଗ୍ରହ କେବଳ ନାମ ପଞ୍ଜୀକରଣ କରିଥିବା ଚାଷୀଙ୍କଠାରୁ ଆଗୁଆ ଟୋକନ ଦେବା ପାଇଁ କୁହାଯାଇଛି। ପଡ଼ୋଶୀ ରାଜ୍ୟରୁ ବେଆଇନ ଧାନ ଯେପରି ଜିଲାର ସଂଗ୍ରହ କେନ୍ଦ୍ର ମଧ୍ୟକୁ ପ୍ରବେଶ ନ କରିପାରିବ ସେଥିପ୍ରତି ଦୃଷ୍ଟି ଦେବା ସହିତ ପ୍ରତିକାରମୂଳକ ବ୍ୟବସ୍ଥା ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିଲାଗି ଜିଲାସ୍ତରରେ ଏବଂ ସବ୍‌ଡିଭିଜନ୍‌ସ୍ତରରେ ସ୍କ୍ବାଡ୍‌ ଗଠନ କରି ଧାନ ଚାଲାଣ ଯାଞ୍ଚ କରିବା ପାଇଁ କୁହାଯାଇଛି। ଏଥି ସହିତ ଅସାଧୁ ଧାନ ବେପାରୀ ଓ ମିଲରଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri