ଲାଞ୍ଚ ନେଇ ତହସିଲଦାର ଗିରଫ

ସୋନପୁର/ତରଭା, ୧୭।୧୧(ନି.ପ୍ର./ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ତରଭା ତହସିଲଦାର ତଥା ଭାରପ୍ରାପ୍ତ ସବ୍‌ରେଜିଷ୍ଟ୍ରାର ସୁବ୍ରତ କୁମାର ବେହେରା ଭିଜିଲାନ୍ସ ଦ୍ୱାରା ସୋମବାର ଗିରଫ ହୋଇଛନ୍ତି। ମଙ୍ଗଳବାର ତାଙ୍କୁ ବଲାଙ୍ଗୀର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ବେହେରା ତରଭା ଥାନା ଘାଟକଇଁତରା ଅଞ୍ଚଳର କାହ୍ନୁଚରଣ ଦାଶଙ୍କ ଜମି ରେଜିଷ୍ଟ୍ରେସନ କରିବା ପାଇଁ ୨୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ। କାହ୍ନୁଚରଣ ଏ ସମ୍ପର୍କରେ ଭିଜିଲାନ୍ସ ବିଭାଗ ନିକଟରେ ଅଭିଯୋଗ କରିଥିଲେ। ସୋମବାର ରାତି ପ୍ରାୟ ୮ଟା୧୫ରେ ତହସିଲଦାର ନିଜ ସରକାରୀ ବାସଭବନରେ ଲାଞ୍ଚ ଟଙ୍କା ଗ୍ରହଣ କରିଥିଲେ। ପୂର୍ବରୁ ଜଗି ରହିଥିବା ଭିଜିଲାନ୍ସ ବିଭାଗ କର୍ମଚାରୀମାନେ ତାଙ୍କୁ ଗିରଫ କରିଥିଲେ। ତାଙ୍କ ନିକଟରୁ ରାସାୟନିକ ପ୍ରଲେପ ଥିବା ୪୦ଖଣ୍ଡ ପାଞ୍ଚ ଶହ ଟଙ୍କିଆ ନୋଟ ଜବତ ହୋଇଛି। ସମ୍ବଲପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା(ନଂ.୨୯/୨୦)ରୁଜୁ ହୋଇଛି। ତରଭା ରେଜିଷ୍ଟ୍ରି ଅଫିସ ଓ ତହସିଲଦାର ବେହେରାଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ତନଖି ଜାରୀ ରହିଛି । ତହସିଲଦାର ବେହେରା ମାତ୍ର କେଇ ମାସ ପୂର୍ବରୁ ଏଠାରେ ଯୋଗଦାନ କରିଥିଲେ। ସମ୍ବଲପୁର ଡିଏସ୍‌ପି ଦାଶରଥି ସେଠୀ, ସୋନପୁରର ଭାରପ୍ରାପ୍ତ ଡିଏସ୍‌ପି କାଦମ୍ବିନୀ ସାମଲ, ଇନ୍ସପେକ୍ଟର ସଦାନନ୍ଦ ପାଣି ଓ ତୁଷାର ମହାପାତ୍ର ଏହି ଚଢାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri