Posted inରାଜ୍ୟ

ଅଷ୍ଟ୍ରେଲିଆରେ ସମ୍ମାନିତ ହେଲେ ୩ ଓଡ଼ିଆ ଯୁବ ଗବେଷକ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଅଷ୍ଟ୍ରେଲିଆରେ ଚମକିଲେ ଓଡ଼ିଆ ଯୁବ ଗବେଷକ। ମେଶିନ ଲର୍ଣ୍ଣିଂ ଏବଂ ଇଣ୍ଟରନେଟ୍‌ ଅଫ୍‌ ଥିଙ୍ଗ୍ସର ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁ ଓଡ଼ିଶାର ଗବେଷକ ଡ. ରଞ୍ଜିତ ପାଣିଗ୍ରାହୀ, ଡ. ଆକାଶ କୁମାର ଭୋଇ ଏବଂ ଡ. ପ୍ରଦୀପ କୁମାର ମଲ୍ଲିକ ସମ୍ମାନୀତ ହୋଇଛନ୍ତି। ଏହି ୩ ଗବେଷଣାକାରୀ ଏବଂ ତାଙ୍କ ସହଯୋଗୀମାନେ ମିଳିତ ଉଦ୍ୟମରେ ଅଷ୍ଟ୍ରେଲିୟ ଇନୋଭେସନ୍‌ ପେଟେଣ୍ଟ(ଆଇ.ପି.) ଏବଂ ଅନୁଦାନକୁ ସୁରକ୍ଷିତ କରିବାରେ ସଫଳ ହୋଇଛନ୍ତି।

ମେଶିନ ଲର୍ଣ୍ଣି ହେଉଛି କୃତ୍ରିମ ବୁଦ୍ଧିମତା।ଏହା କମ୍ପ୍ୟୁଟର ପ୍ରୋଗ୍ରାମର ବିକାଶ ଉପରେ ବିଶେଷ ଧ୍ୟାନ ଦେଇଥାଏ। ଏହାଛଡ଼ା ଇଣ୍ଟରନେଟ୍‌ ମାଧ୍ୟମରେ ଅନ୍ୟାନ୍ୟ ଉପକରଣ ତଥା ତଥ୍ୟ ସଂଯୋଗ ଓ ଆଦାନ ପ୍ରଦାନ କ୍ଷେତ୍ରରେ ଏହା କାର୍ଯ୍ୟ କରିପାରିବ। ଏହି ଗବେଷଣା ଅନ୍ୟମାନଙ୍କୁ ନୂତନ ମାର୍ଗ ପ୍ରଦର୍ଶନ କରିବ। ମଣିପାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜୀରେ ଭଦ୍ରକ ନୂଆଶାସନ ଅଞ୍ଚଳର ରଞ୍ଜିତ ଅଧୁନା କମ୍ପ୍ୟୁଟର ଆପ୍ଲିକେଶନ୍‌ ବିଭାଗରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟରତ ଥିବା ବେଳେ ସମ୍ବଲପୁର ବାବୁବନ୍ଧର ଆକାଶ ସେଠାରେ ଇଲେକ୍ଟ୍ରିକାଲ୍‌ ଏବଂ ଇଲୋକ୍ଟ୍ରୋନିକ୍ସ ଇଞ୍ଜିନିୟରିଂ ବିଭାଗରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟରତ ଅଛନ୍ତି। ଏହାଛଡ଼ା କେନ୍ଦୁଝର ରଘୁନାଥପୁରନିବାସୀ ପ୍ରଦୀପ କିଟ୍‌ ଡିମ୍ଡ ୟୁନିଭର୍ସିଟିରେ ଆସୋସିଏଟ୍‌ ପ୍ରଫେସର ଭାବେ କାର୍ଯ୍ୟରତ ଅଛନ୍ତି। ଓଡ଼ିଆ ପୁଅ ଭାବେ ଏଭଳି ସଫଳତା ପାଇଥିବାରୁ ସେମାନଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri