ଜଗା ଦର୍ଶନ ପାଇଁ ପୁଣି ଅପେକ୍ଷା

ପୁରୀ ଅଫିସ, ୧୮ା୧୧: କେବେ ଖୋଲିବ ଶ୍ରୀମନ୍ଦିର ଦ୍ୱାର ଏବଂ ସେମାନେ ପୁଣି ମହାପ୍ରଭୁଙ୍କ ଆଖି ସହ ଆଖି ମିଳାଇବେ, ଏମିତି ନାନା ଆଶା ଆଶଙ୍କା ମଧ୍ୟରେ ରହିଛନ୍ତି କୋଟି କୋଟି ଜଗନ୍ନାଥପ୍ରେମୀ। ଭକ୍ତ-ଭଗବାନଙ୍କ ମଧ୍ୟରେ ଲକ୍ଷ୍ମଣରେଖା ଟାଣିଛି କରୋନା ମହାମାରୀ। କଟକଣା ଯୋଗୁ ଦୀର୍ଘ ୮ମାସ ହେଲା ଶ୍ରୀମନ୍ଦିରକୁ ଯାଇପାରୁ ନାହାନ୍ତି ଶ୍ରଦ୍ଧାଳୁ। ତେବେ ମଙ୍ଗଳବାର ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ମନ୍ଦିର ଖୋଲିବା ନେଇ ସହମତି ପାଇବା ପରେ ଶ୍ରଦ୍ଧାଳୁଙ୍କ ମନରେ ଦର୍ଶନ ଆଶା ବଢିଛି। କିନ୍ତୁ ଏଥିପାଇଁ ଆହୁରି ଏକମାସ ଅପେକ୍ଷା କରିବାକୁ ପଡ଼ିବ। ଅର୍ଥାତ୍‌ ଡିସେମ୍ବର ତୃତୀୟ ସପ୍ତାହରେ ମନ୍ଦିର ଖୋଲିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଅପରପକ୍ଷରେ କୋଭିଡ୍‌ -୧୯କୁ ଦୃଷ୍ଟିିରେ ରଖି ଠିକ୍‌ ସମୟରେ ମନ୍ଦିର ଖୋଲାଯିବା ନେଇ ସରକାର ନିଷ୍ପତ୍ତି ନେବେ ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି, ସାଧାରଣ ଦର୍ଶନ ବ୍ୟବସ୍ଥା ଆରମ୍ଭ କରିବା ଲାଗି ବୈଠକରେ ଆଲୋଚନା ହୋଇଛି। ଶ୍ରୀମନ୍ଦିରକୁ ଆମେ ଅନ୍ୟ ମନ୍ଦିର ସହ ତୁଳନା କରିପାରିବା ନାହିଁ। ଏହା ସବୁଠାରୁ ସ୍ବତନ୍ତ୍ର। ମହାପ୍ରଭୁଙ୍କ ଦର୍ଶନ ଲାଗି ଲକ୍ଷ ଲକ୍ଷ ଭକ୍ତ ଚାହିଁ ରହିଛନ୍ତି। ୮ ମାସ ବନ୍ଦ ରହିଥିବା ଦର୍ଶନ ବ୍ୟବସ୍ଥା ଆରମ୍ଭ କରିବାକୁ ହେଲେ ଆମକୁ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ହେବାକୁ ପଡ଼ିିବ। ଦର୍ଶନ ପ୍ରସ୍ତୁତି ଏବଂ ଏହାର ରୂପରେଖ କେମିତି ରହିବ ସେ ନେଇ ଏକ କମିଟି ଗଠନ କରାଯାଇଛି। କମିଟିରେ ସେ ନିଜେ ଥିବାବେଳେ ଜିଲାପାଳ ଏବଂ ଏସ୍‌ପି ରହିଛନ୍ତି। କେବେ, କାହାକୁ, କେମିତି ଦର୍ଶନ ପାଇଁ ଅନୁମତି ଦିଆଯିବ ସେ ନେଇ କମିଟି ନିଷ୍ପତ୍ତି ନେବ। ଏ ସଂକ୍ରାନ୍ତରେ ଛତିଶା ନିଯୋଗ ସହ ମଧ୍ୟ ଆଲୋଚନା କରାଯିବ। ଏହି ସମସ୍ତ ପ୍ରକାର ପ୍ରସ୍ତୁତି ଲାଗି ପ୍ରାୟ ୧ ମାସ ସମୟ ଲାଗିବ। ପାଖାପାଖି ଡିସେମ୍ବର ତୃତୀୟ ସପ୍ତାହ ସୁଦ୍ଧା ଆମେ ପ୍ରସ୍ତୁତ ହୋଇଯିବୁ। ସବୁ ପ୍ରସ୍ତୁତି ସରିଲେ ରାଜ୍ୟ ସରକାରଙ୍କୁ ଅବଗତ କରାଯିବ। ଶ୍ରଦ୍ଧାଳୁଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଯେବେ ଅନୁମତି ଦେବେ ସେବେଠାରୁ ଦର୍ଶନ ଆରମ୍ଭ ହେବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।
ମୁଖ୍ୟ ପ୍ରଶାସକଙ୍କ ଏଭଳି ସଙ୍କେତ ପରେ ଡିସେମ୍ବର ଶେଷ ସପ୍ତାହ କିମ୍ବା ନୂଆବର୍ଷରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ଏହାକୁ ନେଇ ଅଗଣିତ ଜଗନ୍ନାଥପ୍ରେମୀଙ୍କ ମନରେ ବି ଦର୍ଶନ ଆଶା ସଞ୍ଚରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri