Posted inରାଜ୍ୟ

୬ ଜିଲାରେ ଭାଜପାର ନୂଆ କାର୍ଯ୍ୟାଳୟ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଭାଜପା କାର୍ଯ୍ୟାଳୟ ଏକ କୋଠା ନୁହେଁ ବରଂ ଏହା ଏକ ସଂସ୍କାର କେନ୍ଦ୍ର। ଏହି ଭବନ ମାଧ୍ୟମରେ ଆମେ ଦଳ ସହ ଯୋଡ଼ି ହୋଇ ରହିଥାଉ। ଦଳର ସଂସ୍କାର କାର୍ଯ୍ୟାଳୟରୁ ହିଁ ମିଳିଥାଏ। ବିଶ୍ୱର ସର୍ବବୃହତ ଦଳର ଏହି କାର୍ଯ୍ୟାଳୟଗୁଡ଼ିକ କାର୍ଯ୍ୟକର୍ତ୍ତାଙ୍କ ବିକାଶରେ ଭାଗିଦାର ହେବ। କେବଳ ସେତିକି ନୁହେଁ କାର୍ଯ୍ୟାଳୟରେ କାର୍ଯ୍ୟକର୍ତ୍ତାଙ୍କ ସମସ୍ୟା ସମାଧାନ କରାଯାଏ। କିନ୍ତୁ କିଛି ଲୋକଙ୍କ କାର୍ଯ୍ୟାଳୟ ନିଜ ଘରୁ ଚାଲିଥାଏ। ଯେଉଁଠି କର୍ଯ୍ୟାଳୟ ଘରୁ ଚାଲେ ତାକୁ ପାରିବାରିକ ଦଳ କୁହାଯାଏ ବୋଲି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା କହିଛନ୍ତି। ଦିଲ୍ଲୀଠାରେ ଭିଡିଓ କନଫରେନ୍ସ ଜରିଆରେ ଉପସ୍ଥିତ ରହି ନଡ୍ଡା ଓଡ଼ିଶାର ୬ ଜିଲା ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ବାରିପଦା, ସୁନ୍ଦରଗଡ଼ ଏବଂ ବରଗଡ଼ଠାରେ ଦଳର ନୂତନ କାର୍ଯ୍ୟାଳୟକୁ ଉଦ୍‌ଘାଟନ କରିଛନ୍ତି। ଏହି ସଭାରେ ନଡ୍ଡା ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ରାଜ୍ୟ ଭାଜପା ଲାଗି ଆଜି ଖୁସିର ଦିନ। ୨୦୧୪ରେ ଦେଶର ପ୍ରତ୍ୟେକ ଜିଲାରେ ଦଳୀୟ କାର୍ଯ୍ୟାଳୟ ନିର୍ମାଣ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଳ୍ପନା କରିଥିଲେ। ଓଡିଶାରେ ଆଗାମୀ ଦିନରେ ଆଉ ୬ଟି କାର୍ଯ୍ୟାଳୟ ନିର୍ମାଣ ହେବ ବୋଲି ନଡ୍ଡା କହିଛନ୍ତି। ଦିଲ୍ଲୀଠାରେ ଆୟୋଜିତ ଶୁଭାରମ୍ଭ କାର୍ଯ୍ୟକ୍ରମ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ଏମ୍‌ପି ଅରୁଣ ସିଂ ଏବଂ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଉପସ୍ଥିତ ଥିବାବେଳେ ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ସମୀର ମହାନ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri