Posted inରାଜ୍ୟ

ଓଟିଭି ସିଇଓଙ୍କୁ ଇଓଡବ୍ଲ୍ୟୁର ଜେରା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସାରୁଅ ଜମି ଦୁର୍ନୀତି ମାମଲାରେ ‘ଓଟିଭି’ ସିଇଓ ତଥା ଓଡ଼ିଶା ଇନ୍‌ଫ୍ରାଟେକ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଅନ୍ୟତମ ନିର୍ଦ୍ଦେଶକ ନିହାର ଭୂୟାଁଙ୍କୁ ମଙ୍ଗଳବାର କ୍ରାଇମବ୍ରାଞ୍ଚ ମାରାଥନ୍‌ ଜେରା କରିଛି। ଇଓଡବ୍ଲ୍ୟୁର ତଦନ୍ତକାରୀ ଟିମ୍‌ ଦିନତମାମ ତାଙ୍କୁ ଜେରା କରିଥିଲା। ପୂର୍ବାହ୍ନ ୧୦ଟାରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ କାର୍ଯ୍ୟାଳୟରେ ନିହାର ହାଜର ହୋଇଥିଲେ। ସେ ଆଣିଥିବା ଜମି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରାଯିବା ସହ ନାନା ପ୍ରଶ୍ନ ପଚରାଯାଇଥିଲା। ଇଓଡବ୍ଲ୍ୟୁରେ ହାଜର୍‌ ପାଇଁ ପୂର୍ବରୁ ୨ ଥର ନୋଟିସ୍‌ କରାଯାଇଥିଲା। କିନ୍ତୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଇ ନିହାର ଏଡ଼ାଇ ଯାଇଥିଲେ। ସୋମବାର କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ତାଙ୍କୁ ତୃତୀୟ ଥର ପାଇଁ ନୋଟିସ ପଠାଯାଇଥିଲା। ନିହାରଙ୍କୁ ହାଇକୋର୍ଟ ୧୯ ତାରିଖ ଯାଏ ସର୍ତ୍ତମୂଳକ ଅନ୍ତରୀଣ ଜାମିନ୍‌ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri