୨୬ରେ ଶ୍ରମିକ ସଙ୍ଗଠନଗୁଡିକର ଧର୍ମଘଟ

ନୂଆଦିଲ୍ଲୀ: ଦେଶର ୧୦ ଶ୍ରମିକ ସଙ୍ଗଠନଗୁଡିକ ପକ୍ଷରୁ ଚଳିତ ମାସ ୨୬ରେ ଧର୍ମଘଟ ଡାକରା ଦିଆଯାଇଛି। ଏ ନେଇ ସଙ୍ଗଠନଗୁଡିକ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ସେହିଭଳି ଆସନ୍ତା ସପ୍ତାହରେ କୃଷକମାନେ ୨ ଦିନିଆ ଧର୍ମଘଟକୁ ଓହ୍ଲାଇବେ। ଏହି ଧର୍ମଘଟକୁ ମଧ୍ୟ ଶ୍ରମିକ ସଙ୍ଗଠନଗୁଡିକ ସମର୍ଥନ କରିବେ ବୋଲି ଜଣାପଡିଛି। ସୋମବାର କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡିକ ମିଳିତ ପ୍ଲାଟଫର୍ମର ବୈଠକ ଭର୍ଚୁଆଲ ଭାବେ ଅନୁଷ୍ଠିତ ହୋଇଥିଲା। ଏହି ପ୍ଲାଟଫର୍ମରେ ଆଇଏନ୍‌ଟିୟୁସି, ଏଆଇଟିୟୁସି, ଏଚ୍‌ଏମ୍‌ଏସ୍‌, ସିଆଇଟିୟୁ, ଏଆଇୟୁଟିୟୁସି, ଟିୟୁସିସି, ସିଇଡ୍ଲ୍ୟୁଏ, ଏଆଇସିସିଟିୟୁ, ଏଲ୍‌ପିଏଫ୍‌, ୟୁଟିୟୁସି ଭଳି ସଂଘ ରହିଛନ୍ତି। କେନ୍ଦ୍ର ସରକାରଙ୍କ ଲୋକମାରଣ, ଶ୍ରମିକ ମାରଣ ଏବଂ ଜାତୀୟତା ବିରୋଧି ନୀତିକୁ ବିରୋଧ କରି ସଙ୍ଗଠନଗୁଡିକ ଏଭଳି ଧର୍ମଘଟକୁ ଓହ୍ଲାଉଥିବା କହିଛନ୍ତି। ଏଥିରେ ସମାଜର ବିଭିନ୍ନ ବର୍ଗର ଲୋକମାନେ ମଧ୍ୟ ସାମିଲ ହେବେ ବୋଲି ସଙ୍ଗଠନଗୁଡିକ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri