Posted inରାଜ୍ୟ

ଡ୍ରଗ୍ସ ଲିଙ୍କ୍‌ରେ ବିଏମ୍‌ସି କର୍ମଚାରୀ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ) : ରାଜଧାନୀରେ ବେଧଡ଼କ ଭାବେ ଚାଲିଥିବା ଡ୍ରଗ୍ସ କାରବାରରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କର୍ମଚାରୀ। ଲିଙ୍ଗରାଜ ଥାନା ପୋଲିସ ପୁରୁଣା ଭୁବନେଶ୍ୱରିରେ ଚଢ଼ାଉ କରି ଜଣଙ୍କୁ ଗିରଫ କରିବା ସହ ଏହି ଘଟଣାର ପର୍ଦ୍ଦାଫାସ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବଡ଼ଦାଣ୍ଡ ସାହିରେ ରହୁଥିବା ବିଏମ୍‌ସିର ଚତୁର୍ଥ ଶ୍ରେଣୀ ଠିକା କର୍ମଚାରୀ ଦିଲୀପ କୁମାର ବେହେରା ଓରଫ ଦିଲୁ। ଯାଞ୍ଚପରେ ପୋଲିସ ତାଙ୍କଠାରୁ ୭.୬୪୦ ଗ୍ରାମ୍‌ର ବ୍ରାଉନସୁଗାର, ୪୨ ହଜାର ଟଙ୍କା, ୪୦ ଗ୍ରାମର ସୁନା ଗହଣା ସମେତ ଏକ ସ୍କୁଟି ଜବତ କରିଛି। ଏଥିସହ ଦିଲୁଙ୍କ ଘରୁ ୭ଟି ସେଭିଙ୍ଗ୍‌ ବ୍ୟାଙ୍କ୍‌ ଆକାଉଣ୍ଟ, ୫ଟି ମୋବାଇଲ୍‌ ଫୋନ୍‌, ହାତଘଣ୍ଟା ମଧ୍ୟ ଜବତ କରାଯାଇଛି। ଏନ୍‌ଡିପିଏସ୍‌ ଆକ୍ଟ ୨୧(ବି)ରେ ମାମଲା (ନଂ.୨୨୮/୨୦) ରୁଜୁ ସହ ଅଭିଯୁକ୍ତ ଦିଲୁଙ୍କୁ ପଚରାଉଚରା ପରେ ବୁଧବାର କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଡ୍ରଗ୍ସ ଲିଙ୍କ୍‌ରେ ଦିଲୁ ଗିରଫ ହୋଇ ଜେଲ୍‌ ଯିବାପରେ ବିଏମ୍‌ସି ପକ୍ଷରୁ ତାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri