Posted inଜାତୀୟ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୧୪ ଜୀବନ

ଲକ୍ଷ୍ନୌ,୨୦।୧୧: ଉତ୍ତର ପ୍ରଦେଶର ପ୍ରତାପଗଢରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ୧୪ ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ୬ ଜଣ ଛୋଟ ପିଲା ଥିବା ଜଣାପଡିଛି। ମୃତକମାନେ ଗୋଟିଏ ପରିବାରର ସଦସ୍ୟ ବୋଲି କୁହାଯାଉଛି। ରାସ୍ତାରେ ଛିଡା ହୋଇଥିବା ଗୋଟିଏ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିଲା। ନବାବଗଞ୍ଜ ଅଞ୍ଚଳରେ ଅନୁଷ୍ଠିତ ବାହାଘର ପାର୍ଟିରେ ଯୋଗଦେଇ କିଛି ଲୋକ ବୋଲେରୋରେ ଘରକୁ ଫେରୁଥିଲେ। ଡ୍ରାଇଭର ଜଣଙ୍କ ଦ୍ରୁତଗତିରେ ଗାଡି ଚଳାଉଥିବାବେଳେ ପ୍ରୟାଗରାଜ-ଲକ୍ଷ୍ନୌ ଜାତୀୟ ରାଜପଥରେ ଥିବା ବେଳେ ହଠାତ୍‌ ସେ ଏହା ଉପରୁ ନିୟନ୍ତ୍ରଣ ହରାଇ ବସିଥିଲେ। ଫଳରେ ଦ୍ରୁତଗାମୀ ବୋଲେରୋଟି ସେଠାରେ ଛି ହୋଇଥିବା ଗୋଟିଏ ଟ୍ରକ୍କୁ ଧକ୍କା ଦେଇଥିଲା। ପୋଲିସ ସୂଚନା ପାଇଁ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri