ଡିସେମ୍ବର ୨୮ରୁ ପ୍ରକ୍ରିୟା ଆରମ୍ଭ: ୬.୭୬ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ

ପୁରୀ ଅଫିସ,୨୦।୧୧: ପୁରୀ ଜିଲା ଚାଷୀଙ୍କଠାରୁ କିପରି ସୁରୁଖୁରୁରେ ଖରିଫ ଧାନ ସଂଗ୍ରହ କରାଯିବ ସେ ନେଇ ବୁଧବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁଗୁଲ୍‌ ମିଟ୍‌ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା କରିଥିଲେ। କୌଣସି ପରିସ୍ଥିତିରେ ଚାଷୀମାନେ ଯେପରି ଧାନ ବିକ୍ରି ନେଇ ସମସ୍ୟାରେ ନ ପଡ଼ନ୍ତି ସେଥିପ୍ରତି ଗୁରୁତ୍ୱ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।
ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ଆସନ୍ତା ଡିସେମ୍ବର ୨୮ ତାରିଖରୁ ପୁରୀ ଜିଲାର ଚାଷୀଙ୍କଠାରୁ ଧାନ ସଂଗ୍ରହ କରାଯିବ। ଏହା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ। ୧୯୦ ସମବାୟ ସମିତି ଜରିଆରେ ଧାନ ସଂଗ୍ରହ ହେବ। ଧାନ ବିକ୍ରି କରିବା ଲାଗି ୫୫,୬୫୧ ଜଣ ଚାଷୀନାମ ପଞ୍ଜୀକରଣ କରିଛନ୍ତି। ୨୦୨୦-୨୧ରେ ପ୍ରଥମ ପର୍ଯ୍ୟାୟରେ ୬,୭୬,୪୭୦ କୁଇଣ୍ଟାଲ ଖରିଫ ଧାନ ସଂଗ୍ରହ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଜିଲା ଯୋଗାଣ ଅଧିକାରୀ ଅମର ମହାପାତ୍ର କହିଛନ୍ତି। ମଣ୍ଡିରେ ଚାଷୀମାନେ ଧାବି ବିକ୍ରି ସମୟରେ ଯେପରି କୌଣସି ପ୍ରକାର ଅସୁବିଧାରେ ନ ପଡ଼ନ୍ତି ତାହା ଉପରେ ଗୁରୁତ୍ୱ ଦିଆଯିବ। ଟୋକନ ବ୍ୟବସ୍ଥାକୁ ବ୍ୟବସ୍ଥିତ ଏବଂ ଧାନ ବିକ୍ରି ଅର୍ଥ ତୁରନ୍ତ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଦାନ କରାଯିବ। ଏହି ବୈଠକରେ ମନ୍ତ୍ରୀ ତୁଷାରକାନ୍ତି ବେହେରା, ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ଉପଜିଲାପାଳ ଭବତାରଣ ସାହୁଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଅଂଶଗ୍ରହଣ କରିଥିଲେ। ସୂଚନାଥାଉ କି, ୨୦୧୯-୨୦ ବର୍ଷରେ ଚାଷୀଙ୍କଠାରୁ ୧୮୩ଟି ସମବାୟ ସମିତି ମାଧ୍ୟମରେ ୧୪,୭୯,୪୪୩ କୁଇଣ୍ଟାଲ ରବି ଓ ଖରିଫ ଧାନ ସଂଗ୍ରହ କରାଯାଇଥିଲା । ୫୩,୧୭୭ ଜଣ ଚାଷୀ ଧାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri