ଗରିବ ହୃଦ୍‌ରୋଗୀ ଶିଶୁଙ୍କୁ ମାଗଣା ଚିକିତ୍ସା ଜାରି ରହିବ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଗରିବ ହୃଦ୍‌ରୋଗୀ ଶିଶୁଙ୍କୁ ରାଜ୍ୟ ସରକାର ମାଗଣା ଚିକିତ୍ସା ଯୋଗାଇ ଦେଉଛନ୍ତି। ଏହି ସୁବିଧା ଜାରି ରଖିବା ପାଇଁ ଗୁରୁବାର ଓଡ଼ିଶା ସରକାର ପ୍ରଶାନ୍ତି ମେଡିକାଲ ସର୍ଭିସେସ୍‌ ଆଣ୍ଡ୍‌ ରିସର୍ଚ୍ଚ ସେଣ୍ଟର(ପିଏମ୍‌ଏସ୍‌ଆର୍‌ଏଫ୍‌) ସହ ଏମ୍‌ଓୟୁ ସ୍ବାକ୍ଷର କରିଛନ୍ତି। ଏହି ଏମ୍‌ଓୟୁ ଅନୁଯାୟୀ ଆସନ୍ତା ୨ବର୍ଷ ପର୍ଯ୍ୟନ୍ତ ଅହମ୍ମଦାବାଦସ୍ଥିତ ସତ୍ୟ ସାଇ ହାର୍ଟ ହସ୍ପିଟାଲରେ ରାଜ୍ୟର ଗରିବ ଶିଶୁମାନଙ୍କର ମାଗଣାରେ ହୃଦ୍‌ରୋଗ ଚିକିତ୍ସା କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବିନିତ ସରନ୍‌, ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଏବଂ ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କଳ୍ପେଶ ଜାଭେରି, ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଉପସ୍ଥିତିରେ ଏହି ଏମ୍‌ଓୟୁ ସ୍ବାକ୍ଷର କରାଯାଇଛି।
୨୦୧୮ ନଭେମ୍ବରରେ ଏହି ହସ୍ପିଟାଲ ହୃଦ୍‌ରୋଗ ସମସ୍ୟା ଥିବା ଓଡ଼ିଶାର ଶିଶୁଙ୍କୁ ମାଗଣାରେ ଚିକିତ୍ସା ସୁବିଧା ଯୋଗାଇଦେବା ନେଇ ଘୋଷଣା କରିଥିଲା। ସେତେବେଳର ଚୁକ୍ତି ମୁତାବକ ଶିଶୁଙ୍କୁ ଚିହ୍ନଟ କରିବା ସହ ସେମାନଙ୍କ ପରିବହନ ଖର୍ଚ୍ଚ ସରକାର ବହନ କରୁଛନ୍ତି। ହସ୍ପିଟାଲରେ ସମସ୍ତ ସେବା ମାଗଣାରେ ପ୍ରଦାନ କରାଯାଉଛି। ଏବେସୁଦ୍ଧା ୧୦୧୯ ଶିଶୁ ଚିକିତ୍ସିତ ହୋଇ ସୁସ୍ଥ ଅବସ୍ଥାରେ ଘରକୁ ଫେରିଛନ୍ତି। ବର୍ତ୍ତମାନ ରାଜ୍ୟ ସରକାର ଦ୍ୱିତୀୟଥର ପାଇଁ ଏମ୍‌ଓୟୁ ସ୍ବାକ୍ଷର କରିଛନ୍ତି। କୋଭିଡ୍‌ ପରିସ୍ଥିତି ପାଇଁ କିଛିଦିନ ଲାଗି ଏହି ଚିକିତ୍ସା ସୁବିଧା ବନ୍ଦ ଥିବାବେଳେ ଏବେ ପୁଣିଥରେ ପିଲାମାନଙ୍କୁ ପଠାଯିବ।
ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ରାଜ୍ୟବାସୀଙ୍କୁ ସ୍ବାସ୍ଥ୍ୟ ସମ୍ବନ୍ଧିତ ସମସ୍ତ ପ୍ରକାର ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ବିଶେଷକରି ଗରିବ ଓ ଅସହାୟ ଲୋକଙ୍କ ସ୍ବାସ୍ଥ୍ୟକଥା ବୁଝିବାକୁ ସରକାର ସବୁବେଳେ ପ୍ରଚେଷ୍ଟାରତ। ସେମାନଙ୍କୁ ମାଗଣାରେ କାର୍ଡିଆକ୍‌ ଚିକିତ୍ସା ଯୋଗାଇଦେଇ ଏକ ନୂତନ ଜୀବନ ପ୍ରଦାନ କରିବା ଖୁସିର ବିଷୟ। ଏଥିପାଇଁ ସେ ପିଏମ୍‌ଏସ୍‌ଆର୍‌ଏଫ୍‌କୁ କୃତଜ୍ଞତା ଜଣାଇବା ସହ ଏହି ଚିକିତ୍ସା ସେବାର ଆବଶ୍ୟକତାକୁ ଉପଲବ୍ଧି କରି ରାଜ୍ୟ ସରକାର ପୁଣିଥରେ ଏମ୍‌ଓୟୁର ନବୀକରଣ କରିଥିବା ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନ୍‌, ସତ୍ୟ ସାଇ ହାର୍ଟ ହସ୍ପିଟାଲର ପରିଚାଳନା ଟ୍ରଷ୍ଟି ମନୋଜ ଭିମାନୀ, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ଏନ୍‌ଏଚ୍‌ଏମ୍‌ ଏମ୍‌ଡି ଶାଳିନୀ ପଣ୍ଡିତ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri