Posted inଜାତୀୟ

ଭାଜପାର ମିଶନ ତାମିଲନାଡୁ: ଦୁଇ ଦିନିଆ ଗସ୍ତରେ ଚେନ୍ନାଇ ପହଞ୍ଚିଲେ ଶାହା

ଚେନ୍ନାଇ,୨୧ ।୧୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ୨ଦିନିଆ ତାମିଲନାଡୁ ଗସ୍ତରେ ଚେନ୍ନାଇ ପହଞ୍ଚିଛନ୍ତି । ଶାହା ସେଠାରେ କେତୋଟି ବିକାଶମୂଳକ ପରିଯୋଜନାର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ତାମିଲନାଡୁ ଭାଜପା ପ୍ରତିନିଧି ଓ ସହଯୋଗୀ ଏଆଇଏଡିଏମ୍‌କେର ବରିଷ୍ଠ ନେତାଙ୍କୁ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଶାହାଙ୍କ ଏହି ଗସ୍ତକୁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି କାରଣ ଆସନ୍ତା ବର୍ଷ ମେ’ ମାସରେ ସେଠାରେ ବିଧାନସଭା ନିର୍ବାଚନ ହେବ । ଅନ୍ୟପଟେ ଶାହା ଯେଉଁ ରାଜ୍ୟକୁ ଗସ୍ତ କରନ୍ତି ସେଠାରେ ରାଜନୀତିର ପାଣିପାଗ ସାମାନ୍ୟ ବଦଳିଯାଇଥାଏ । ଏହି ଗସ୍ତ ସମୟରେ ଶାହା ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍ କରୁଣାନିଧିଙ୍କ ପୁଅ ତଥା ଡିଏମ୍‌କେ ଅଧ୍ୟକ୍ଷ ଏମ୍ କେ ଷ୍ଟାଲିନଙ୍କ ବଡ ଭାଇ ଏମ୍ ଆଲାଗିରିଙ୍କ ସହ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ରହିଛି । ଏହାକୁ ଏଇଥିପାଇଁ ଗୁରୁତ୍ୱପୂର୍ଣ୍ଣ କୁହାଯାଉଛି କି ଆସନ୍ତା ବିଧାନସଭା ନିର୍ବାଚନରେ ଭାଜପା ଆଲାଗିରିଙ୍କ ସମ୍ଭାବ୍ୟ ଦଳ କେଡିଏମ୍‌କେ ସହ ମିଶି ନିର୍ବାଚନ ଲଢି ପାରେ । କାରଣ ଆଲାଗିରି ଡିଏମ୍‌କେଠାରୁ ମୁହଁ ଫେରାଇ ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri