ଆନ୍ତଃଜିଲା ଲୁଟେରା ଦଳର ୪ ଗିରଫ

ଭଞ୍ଜନଗର,୨୧।୧୧(ଡି.ଏନ.ଏ)-ଗଞ୍ଜାମ ଜିଲା ବେଲଗୁଣ୍ଠା ଫାଣ୍ଡି ପୋଲିସ ଶନିବାର ଏକ ଆନ୍ତଃଜିଲା ଲୁଟେରା ଦଳର ୪ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ସେମାନେ ହେଲେ ବୁଗୁଡ଼ା ଥାନା ଘୋଳପୁରର ଲକ୍ଷ୍ମୀ ପାତ୍ର ତାଙ୍କ ପୁଅ ଉତ୍ତମ, ଜ୍ୱାଇଁ ପୋଚାଲୁଣ୍ଡିର ଚିରଞ୍ଜୀବି ପାତ୍ର ଏବଂ ଉତ୍ତମଙ୍କ ସମ୍ପର୍କୀୟ ଶଳା ନରସିଂହପୁର ଥାନା ରଣେଶପୁରର ଜାପାନି ପାତ୍ର। ଏମାନେ ମିଶି ଚୋରି ପାଇଁ ଯୋଜନା କରୁଥିଲେ। ଅଭିଯୁକ୍ତମାନେ ବୁଗୁଡ଼ା, ଜଗନ୍ନାଥପ୍ରସାଦ, ଭଞ୍ଜନଗର, ଶେରଗଡ଼, ଧରାକୋଟ, ବଡ଼ଗଡ଼, ପାଟପୁର ଥାନା ଅଞ୍ଚଳରେ ୧୧ଟି ଚୋରି ମାମଲାରେ ଜଡ଼ିତ ଥିବା ପୋଲିସ କହିଛି। ସେମାନଙ୍କ ଠାରୁ ପୋଲିସ ୪୫,୨୫୦ ଟଙ୍କା ସମେତ ଲୁଟ୍‌ ସୁନା, ରୂପା ଅଳଙ୍କାର ଜବତ କରିଛି। ଏଥିସହ ଚୋରିରେ ବ୍ୟବହୃତ ୨ଟି ସାଇକେଲ, ହାତୁଡ଼ି ସମେତ କବାଟ ଭାଙ୍ଗିବାକୁ ବ୍ୟବହାର ଲୁହାରଡ ଜବତ କରିଛି। ଅଭିଯୁକ୍ତମାନେ ଦିନବେଳା ସାଇକେଲରେ ବିଭିନ୍ନ ବ୍ୟବସାୟ ବାହାନାରେ ବୁଲିବା ପରେ ରାତିରେ ଚୋରି ପାଇଁ ଯୋଜନା କରୁଥିଲେ। ଅଭିଯୁକ୍ତମାନେ ପ୍ରାୟ ଦେଢ଼ ବର୍ଷ ହେବ ଏଭଳି କରୁଥିବା ଜେରାବେଳେ ଜଣାପଡ଼ିଛି। ଏହି ଲୁଟେରା ଗ୍ୟାଙ୍ଗରେ ଆଉ କିଛି ସଦସ୍ୟ ଜଡ଼ିତ ଥିବା ଅନୁମାନ କରାଯାଉଛି। ସେମାନଙ୍କୁ ଗିରଫ ପାଇଁ ପୋଲିସ ଚେଷ୍ଠା ଚଳାଇଥିବା ଫାଣ୍ଡି ଅଧିକାରୀ ପ୍ରକାଶ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri