Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ନର୍ଥଇଷ୍ଟ ୟୁନାଇଟେଡ୍‌ର ବିଜୟ ଅଭିଯାନ

ଭାସ୍କୋ,୨୨।୧୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ନର୍ଥଇଷ୍ଟ ୟୁନାଟେଡ୍‌ କ୍ଲବ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଶନିବାର ସ୍ଥାନୀୟ ତିଳକ ମଇଦାନ ଷ୍ଟାଡିୟମରେ ଅନୁଷ୍ଠିତ ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚ୍‌ରେ ନର୍ଥଇଷ୍ଟ ୧-୦ ଗୋଲରେ ଶକ୍ତିଶାଳୀ ମୁମ୍ବାଇ ସିଟି ଏଫ୍‌ସିକୁ ପରାସ୍ତ କରିଛି। ସଂଘର୍ଷପୂର୍ଣ୍ଣ ଏହି ମୁକାବିଲାରେ ପ୍ରଥମାର୍ଦ୍ଧ ଶେଷ ସୁଦ୍ଧା ମ୍ୟାଚ୍‌ ଗୋଲ ଶୂନ୍ୟ ଥିଲା। ଦ୍ୱିତୀୟାର୍ଦ୍ଧ ଆରମ୍ଭ ହେବା ପରେ ୪୯ତମ ମିନିଟ୍‌ରେ ନର୍ଥଇଷ୍ଟର ଘାନା ଷ୍ଟ୍ରାଇକର କ୍ୱେସି ଅପିଆ ପେନାଲ୍ଟି ଜରିଆରେ ଗୋଲ ଦେଇ ଦଳକୁ ଅଗ୍ରଣୀ କରାଇଥିଲେ। ଏହାପରେ ଉଭୟ ଦଳ କେତୋଟି ସୁଯୋଗ ପାଇଥିଲେ ମଧ୍ୟ ଗୋଲ ଦେଇପାରି ନ ଥିଲେ। ଇଞ୍ଜୁରୀ ଟାଇମର ୬ ମିନିଟ୍‌ରେ ଗୋଲ ପରିଶୋଧ କରିବାକୁ ମୁମ୍ବାଇ ସିଟି ଜୋରଦାର ପ୍ରୟାସ କରିଥିଲେ ମଧ୍ୟ ସଫଳ ହୋଇପାରି ନ ଥିଲା। ଶେଷରେ ନର୍ଥଇଷ୍ଟ ବାଜି ମାରିଥିଲା। ମ୍ୟାଚ୍‌ର ୪୩ତମ ମିନିଟ୍‌ରେ ମୁମ୍ବାଇ ସିଟିର ମରକ୍କୋ ମିଡ୍‌ଫିଲ୍ଡର ଅହମ୍ମଦ ଜାହୋଙ୍କୁ ରେଡ୍‌ କାର୍ଡ ଦେଖାଯାଇଥିଲା। ପରାସ୍ତ ହୋଇଥିଲେ ମଧ୍ୟ ମୁମ୍ବାଇ ବଲ୍‌କୁ ଅଧିକ ସମୟ ନିଜ ଅକ୍ତିଆରରେ ରଖିଥିଲା। ଅଧିକ ପାସ୍‌ ଦେବାରେ, ପାସ୍‌ ଆକ୍ୟୁରେସିରେ ମୁମ୍ବାଇ ସିଟି ଆଗରେ ରହିଥିଲେ ମଧ୍ୟ ଗୋଲ ଦେବାରେ ବିଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri