ଟେମରାଠାରେ ପଞ୍ଚାୟତସ୍ତରୀୟ କଳାକାର ସମ୍ମିଳନୀ

କୋକସରା,୨୨।୧୧ (ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରାଠାରେ ପଞ୍ଚାୟତସ୍ତରୀୟ କଳାକାର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଆବାହକ ଶମ୍ଭୁ ଶଙ୍କର ମାଝି ଓ ନିବେଦକ ରାଜେନ୍ଦ୍ର ନାଏକଙ୍କ ନେତୃତ୍ୱରେ ପଞ୍ଚାୟତର ଅନେକ ଲୋକ କଳାକାରଙ୍କ ସମେତ ବାଦ୍ୟ କଳାକାର ଯୋଗଦେଇଥିଲେ । ଏହି ଅବସରରେ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ରହୁଥିବା କଳାକାରଙ୍କୁ ଅଣଦେଖା କରୁଥିବା କଳାକାରମାନେ ମତପ୍ରକାଶ କରିଥିଲେ। ଆଜି ବି ଅନେକ ଲୁକ୍କାୟିତ କଳାକାର ଭତ୍ତା ଯୋଜନାରୁ ବାଦ ପଡ଼ିଥିବା ବେଳେ ସେମାନଙ୍କୁ ବ୍ଲକ ପ୍ରଶାସନ ଚିହ୍ନଟ କରି କଳାକାରର ମାନ୍ୟତା ଦେବାକୁ ଦାବି କରିଥିଲେ। ସମ୍ମିଳନୀରେ ମୁଖ୍ୟଅତିଥି ରୂପେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ପର୍ଶୁରାମ ପ୍ରଧାନୀ, ମୁଖ୍ୟବକ୍ତା ତିଲତ୍ତମା ନାଏକ, ଟେମରା ସରପଞ୍ଚ ଗୌରୀ ଦଳପତି, ବିହାରୀ ପୂଝାରୀ, କୋକସରା ସମିତି ସଭ୍ୟ ତ୍ରିଭୁବନ ନାଏକ, ପୂର୍ବତନ ପ୍ରଧାନ ଶିକ୍ଷକ ଗଗନ ବିହାରୀ ପୂଝାରୀ, ସୁଧିର ପାତ୍ର, ବିଘ୍ନେଶ୍ୱର ନାଏକ, ଶମ୍ଭୁ ଶଙ୍କର ମାଝି ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ । ଏହି ଅବସରରେ କଳାକାର ମହେନ୍ଦ୍ର ନାଏକ, ବଟ ଠେଲା, ଜଗା ନାଏକ, ହେମନ୍ତ ବାଣୁଆ, ଦୁଷ୍ମନ୍ତ କୁମାର ପାତ୍ର, ଚୈଧୁରୀ ଦୁର୍ଗା ପ୍ରମୁଖ କଳାକାରଙ୍କ ସମେତ ଟେମେରା ପଞ୍ଚାୟତ ବିଭିନ୍ନ ଗ୍ରାମରୁ କଳାକାରମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ଠିକ୍‌ ଭାବେ ହେଉନି ଅଧିକାଂଶ ବିଭାଗର କାର୍ଯ୍ୟ: ସାଧାରଣ ଲୋକେ ହନ୍ତସନ୍ତ

ଥୁଆମୂଳ ରାମପୁର,୨୦/୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ବୈଠକ ଗୃହଠାରେ ୫ମ ମାସିକ ପଞ୍ଚାୟତ ସମିତ ବୈଠକ ଗୋଷ୍ଠୀ ଉନ୍ନୟନ ଅଧିକାରୀ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବେଆଇନ ଭାବେ ଚାଲାଣ ହେଉଥିଲା ୪୦୪ ଦେଶୀ ମଦ ପାଉଚ୍‌, ଜବତ କଲା ରିଷିଡ଼ା ପୋଲିସ, ଅଭିଯୁକ୍ତ…

ରିଷିଡା,୧୮।୧୨(ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡି ଅଧୀନସ୍ଥ ପୈାରକେଲା  ଢିପୁପଡାଠାରେ ବେଆଇନ ଭାବେ ଚାଲାଣ ହେଉଥିବା ୪୦୪ ଦେଶୀ ମଦପାଉଚକୁ...

ଧାନମଣ୍ଡି ଉଦ୍‌ଘାଟନ କଲେ ଚାଷୀ, ପ୍ରଶାସନ ଗୁରୁତ୍ୱ ଦେଇ…

ରିଷିଡ଼ା,୧୮।୧୨(ସୁଶାନ୍ତ ମଲ୍ଲିକ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପାକ୍ସ ଅଧୀନ ଖରଝୁରା ତାରିଣୀଛକଠାରେ ଗୁରୁବାର ଏକ ଧାନମଣ୍ଡି ଚାଷୀମାନଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଉପମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri